Gold-Silver Price: ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ନୂଆ ରେଟ୍
Advertisement
Article Detail0/zeeodisha/odisha1660403

Gold-Silver Price: ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ନୂଆ ରେଟ୍

Gold-Silver Price: ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ ।

Gold-Silver Price: ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ନୂଆ ରେଟ୍

Gold-Silver Price: ବିଗତ କିଛି ଦିନ ଧରି ସୁନା ଓ ରୁପା ପରି ମୂଲ୍ୟବାନ ଧାତୁ ମୂଲ୍ୟରେ ଲଗାତର ବୃଦ୍ଧି ରେକର୍ଡ କରାଯାଉଥିଲା । କିନ୍ତୁ ଆଜି (ଗୁରୁବାର) ଅର୍ଥାତ ଏପ୍ରିଲ ୨୦ରେ ସୁନା ଓ ରୁପା ମୂଲ୍ୟରେ ହ୍ରାସ ଘଟିଛି । ଏହି ପର୍ଯ୍ୟାୟରେ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଗତକାଲି (ବୁଧବାର) ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୩୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୨୨୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୬୦,୯୩୦ ଟଙ୍କାକୁ ଖସି ଆସିଛି । ଯାହା ଗତକାଲି ଏହାର ମୂଲ୍ୟ ୬୧,୧୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୫,୮୫୦ ଟଙ୍କାରେ ଖସି ଆସିଛି । ଯାହା ଗତକାଲି ଏହାର ମୂଲ୍ୟ ୫୬,୦୫୦ ଟଙ୍କା ଥିଲା । 
 
ସେହିପରି ଆଜି ରୁପା ମୂଲ୍ୟ (Silver Price) ରେ ହ୍ରାସ ଦେଖାଦେଇଛି । ଗତକାଲି (ବୁଧବାର) ରୁପା ଦରରେ ୨୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୭,୪୦୦ ଟଙ୍କାରେ ଖସି ଆସିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୭,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୭୪୦ ଟଙ୍କା ରହିଛି । ଯାହା ଗତକାଲି ୭,୭୬୦ ଟଙ୍କା ଥିଲା ।

ଅଲଟାଇମ୍ ହାଇରୁ ସୁନା ୮୦୦ ଟଙ୍କା ଓ ରୁପା ୨,୫୮୦ ଟଙ୍କା ଶସ୍ତା ମିଳୁଛି

ଏପ୍ରିଲ ୨୦୨୩ ମାସରେ ସୁନା (Gold Price) ସର୍ବକାଳୀନ ଉଚ୍ଚ ଦରରେ ପହଞ୍ଚିଥିଲା ।​ ୧୪ ଏପ୍ରିଲ ୨୦୨୩ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୬,୬୫୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା । ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୮୦୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହି​ ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୨,୫୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 

ଅଧିକ ପଢ଼ନ୍ତୁ-ପୁରୁଣା ପେନସନକୁ ନେଇ ଆସିଲା ବଡ଼ ଖବର; ସରକାର କଲେ ଲାଗୁ, ଜାରି ହେଲା ବିଜ୍ଞପ୍ତି

ଅଧିକ ପଢ଼ନ୍ତୁ-ଆଜି ସୂର୍ଯ୍ୟ ପରାଗ; ଏହି ୫ଟି ରାଶି ପାଇଁ ବିପଦ! ରହିଛି କ୍ଷତିର ଯୋଗ

ଅଧିକ ପଢ଼ନ୍ତୁ-ସରକାରୀ କର୍ମଚାରୀଙ୍କୁ ଲାଗିଲା ଡବଲ୍ ଲଟେରୀ, ମହଙ୍ଗା ଭତ୍ତା ବୃଦ୍ଧି ସହିତ ମିଳିଲା ଏହି ଖୁସି ଖବର

ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।