Gold-Silver Price: ଶସ୍ତା ହେଲା ସୁନା, ରୁପା ମୂଲ୍ୟରେ ବି ବଡ଼ ଧରଣର ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍
Advertisement

Gold-Silver Price: ଶସ୍ତା ହେଲା ସୁନା, ରୁପା ମୂଲ୍ୟରେ ବି ବଡ଼ ଧରଣର ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

Gold-Silver Price: ଆସନ୍ତାକାଲି ଦେବ ଦୀପାବାଳି ପୂର୍ବରୁ ଆଜି ସୁନା ଦର ହ୍ରାସ ପାଇଛି । ବର୍ତ୍ତମାନ ଆପଣଙ୍କ ପାଖରେ ଗହଣା କିଣିବାର ସୁଯୋଗ ରହିଛି । ଏପରି ପରିସ୍ଥିତିରେ ଆପଣ ପାର୍ବଣ ଋତୁରେ କମ୍ ମୂଲ୍ୟରେ ସୁନା କିଣିପାରିବେ । ମଲ୍ଟି କମୋଡିଟି ଏକ୍ସଚେଞ୍ଜରେ ସୁନା ମୂଲ୍ୟରେ ବଡ଼ ହ୍ରାସ ଘଟିଛି । 

Gold-Silver Price: ଶସ୍ତା ହେଲା ସୁନା, ରୁପା ମୂଲ୍ୟରେ ବି ବଡ଼ ଧରଣର ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

Gold-Silver Price: ଆଜି (ମଙ୍ଗଳବାର) ଅର୍ଥାତ ନଭେମ୍ୱର ୩ରେ ସୁନା ଓ ରୂପା ମୂଲ୍ୟରେ ହ୍ରାସ ଘଟିଛି । ଆଜି ମୂଲ୍ୟବାନ ଧାତୁ ଫ୍ୟୁଚର ବଜାରରେ ଅଧାରୁ ୧ ପ୍ରତିଶତ ହ୍ରାସ ପାଇଛି । ଆସନ୍ତାକାଲି ଦେବ ଦୀପାବାଳି ପୂର୍ବରୁ ଆଜି ସୁନା ଦର ହ୍ରାସ ପାଇଛି । ବର୍ତ୍ତମାନ ଆପଣଙ୍କ ପାଖରେ ଗହଣା କିଣିବାର ସୁଯୋଗ ରହିଛି । ଏପରି ପରିସ୍ଥିତିରେ ଆପଣ ପାର୍ବଣ ଋତୁରେ କମ୍ ମୂଲ୍ୟରେ ସୁନା କିଣିପାରିବେ । ମଲ୍ଟି କମୋଡିଟି ଏକ୍ସଚେଞ୍ଜରେ ସୁନା ମୂଲ୍ୟରେ ବଡ଼ ହ୍ରାସ ଘଟିଛି । 

ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶରେ ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି (ବୁଧବାର) ସୁନା ମୂଲ୍ୟରେ ୩୩୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୬୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୯୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୧,୧୧୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୬,୮୫୦ ଟଙ୍କା ଥିଲା । 
 
ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଲଗାତର ଦ୍ୱିତୀୟ ଦିନ ସୁନା ମୂଲ୍ୟ ଖସିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ରୁପା ମୂଲ୍ୟରେ ୮୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୮,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୮,୯୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୫,୮୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫,୮୯୦ ଟଙ୍କା ଥିଲା ।

ଆଜି ଭୁବନେଶ୍ୱର (Bhubaneswar) ରେ ବି ସୁନା ମୂଲ୍ୟ (Gold Price) ରେ ହ୍ରାସ ଦେଖାଦେଇଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୩୩୦ ଟଙ୍କାର ହ୍ରାସ ବୃଦ୍ଧି ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୬୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୯୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ବୁଧବାର ୧୦ ଗ୍ରାମ ସୁନା ମୂଲ୍ୟ ୫୧,୧୧୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୬,୮୫୦ ଟଙ୍କା ଥିଲା ।

ଆଜି ଭୁବନେଶ୍ୱରରେ ରୁପା (Silver Price) ଦର ଖସିଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ହ୍ରାସ ଘଟିଥିବାବେଳେ ଆଜି ରୁପା ମୂଲ୍ୟରେ ୫୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୪୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଶାକିବଙ୍କ ଉପରେ ଜୋରଦାର ବର୍ଷିଲେ ସେହୱାଗ, କୋହଲିଙ୍କ ଉଦାହରଣ ଦେଇ କହିଦେଲେ ଏହି ବଡ଼ କଥା

ଅଧିକ ପଢ଼ନ୍ତୁ:-ଆପଣଙ୍କୁ ମିଳିଛି କି ଜିଓ 5G ୱେଲକମ୍ ଅଫର, ଏପରି ସହଜ ଉପାୟରେ କରନ୍ତୁ ରେଜିଷ୍ଟ୍ରେସନ

ଅଧିକ ପଢ଼ନ୍ତୁ:-ଗୌତମ ଗମ୍ଭୀର ପୁଣିଥରେ ବିରାଟ କୋହଲିଙ୍କୁ ନେଇ ଦେଲେ ବଡ଼ ବୟାନ, ଜାଣନ୍ତୁ କ'ଣ କହିଲେ

 

ଗହଣା ବଜାରର ଗଣିତକୁ ବୁଝନ୍ତୁ 

ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । ଏଠାରେ କହି ରଖୁଛୁ ଯେ, IBJA ଦ୍ୱାରା ଜାରି କରାଯାଇଥିବା ରେଟ୍ ସାରା ଦେଶରେ ସର୍ବମାନ୍ୟ ହୋଇଥାଏ ।