Today Gold-Silver Price: ଆଜି ସାରା ଦେଶରେ ରଙ୍ଗର ପର୍ବ ହୋଲି ପାଳନ କରାଯାଉଛି । ଏହି ସମୟରେ ଅର୍ଥାତ ମାର୍ଚ୍ଚ ୮ (ବୁଧବାର) ରେ ଦେଶରେ ସୁନା ଓ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ ଦେଖାଦେଇଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ହ୍ରାସ ଘଟିଛି । ଯାହାର ପ୍ରଭାବ ଆଜି ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି (ମଙ୍ଗଳବାର) ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୦୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି (ବୁଧବାର) ୨୪ କ୍ୟାରେଟ ୧୦ ସୁନା ଦରରେ ୭୨୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୫,୬୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୬,୩୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୬୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୧,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୧,୬୫୦ ଟଙ୍କା ଥିଲା । 
 
ଆଜି ଦେଶରେ ରୁପା ମୂଲ୍ୟ (Silver Price) ମଧ୍ୟ ବଡ଼ ଧରଣର ହ୍ରାସ ଘଟିଛି । ଗତକାଲି (ମଙ୍ଗଳବାର) ଅର୍ଥାତ ମାର୍ଚ୍ଚ ୭ରେ ରୁପା ଦର ସ୍ଥିର ରହିଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ୧,୪୫୦ ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୫୫୦ ଟଙ୍କାରେ ଖସି ଆସିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୫୫୦ ଟଙ୍କାକୁ ଖସି ଆସିଛି । ଯାହା ଗତକାଲି ୬,୭୦୦ ଟଙ୍କା ଥିଲା ।


COMMERCIAL BREAK
SCROLL TO CONTINUE READING

ଅଲଟାଇମ୍ ହାଇରୁ ସୁନା ପ୍ରାୟ ୪,୪୦୦ ଟଙ୍କା ଓ ରୁପା ୧୪,୪୩୦ ଟଙ୍କା ମିଳୁଛି ଶସ୍ତା 


ଅଗଷ୍ଟ ୨୦୨୦ ମାସରେ  ସୁନା (Gold Price) ସର୍ବକାଳୀନ ଉଚ୍ଚ ରେଟରେ ପହଞ୍ଚିଥିଲା ।​ ୧୦ ଅଗଷ୍ଟ ୨୦୨୦ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୫,୪୦୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା ।​ ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୪,୪୦୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୧୨,୯୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 


ଅଧିକ ପଢ଼ନ୍ତୁ:-ପ୍ରମୋସନ୍ ପାଇଁ ଆତୁର ହେଲା ସଇତାନ ସ୍ୱାମୀ, ସ୍ତ୍ରୀକୁ କମ୍ପାନୀର ବସ୍ ସହ ଶୋଇବାକୁ ପକାଇଲେ ଚାପ!


ଅଧିକ ପଢ଼ନ୍ତୁ:-ଟେଷ୍ଟ ସିରିଜ୍ ମଝିରେ ଏହି ଖେଳାଳିଙ୍କ ପାଇଁ ଆସିଲା ଖୁସି ଖବର, ଦ୍ୱିତୀୟ ଥର ପାଇଁ ହେଲେ ବାପା


ଅଧିକ ପଢ଼ନ୍ତୁ:-କିମ ଜୋଙ୍ଗ ଉନଙ୍କ ଉତ୍ତରାଧିକାରୀ ହେବେ ଏହି ୧୦ ବର୍ଷର ଝିଅ!


ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।


ଗହଣା ବଜାରର ଗଣିତକୁ ବୁଝନ୍ତୁ 


ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । ଏଠାରେ କହି ରଖୁଛୁ ଯେ, IBJA ଦ୍ୱାରା ଜାରି କରାଯାଇଥିବା ରେଟ୍ ସାରା ଦେଶରେ ସର୍ବମାନ୍ୟ ହୋଇଥାଏ ।