Today Gold-Silver Price: ଆଜି (ଶନିବାର) ଅର୍ଥାତ ମାର୍ଚ୍ଚ ୧୧ରେ ଦେଶରେ ସୁନା ଓ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ସେପଟେ ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଦେଶରେ ଗତକାଲି (ଶୁକ୍ରବାର) ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୪୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି (ଶନିବାର) ୨୪ କ୍ୟାରେଟ ୧୦ ସୁନା ଦରରେ ୮୨୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୬,୮୯୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୬,୦୭୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୭୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୨,୧୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୧,୪୦୦ ଟଙ୍କା ଥିଲା । 
 
ଆଜି ଦେଶରେ ରୁପା ମୂଲ୍ୟ (Silver Price) ମଧ୍ୟ ବୃଦ୍ଧି ଘଟିଛି । ଗତକାଲି (ଶୁକ୍ରବାର) ଅର୍ଥାତ ମାର୍ଚ୍ଚ ୧୦ରେ ରୁପା ଦରରେ ୨୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ୪୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୨୫୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୫୭୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୫୨୫୦ ଟଙ୍କା ଥିଲା ।


COMMERCIAL BREAK
SCROLL TO CONTINUE READING

ଅଲଟାଇମ୍ ହାଇରୁ ସୁନା ପ୍ରାୟ ୩,୨୦୦ ଟଙ୍କା ଓ ରୁପା ୧୪,୨୮୦ ଟଙ୍କା ମିଳୁଛି ଶସ୍ତା 


ଅଗଷ୍ଟ ୨୦୨୦ ମାସରେ  ସୁନା (Gold Price) ସର୍ବକାଳୀନ ଉଚ୍ଚ ରେଟରେ ପହଞ୍ଚିଥିଲା ।​ ୧୦ ଅଗଷ୍ଟ ୨୦୨୦ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୫,୪୦୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା ।​ ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୩,୨୦୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୧୪,୨୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 


ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।


ଅଧିକ ପଢ଼ନ୍ତୁ:-ଖୁସି ଖବର; ଜୁଲାଇରେ କେନ୍ଦ୍ର କର୍ମଚାରୀଙ୍କ ଦରମାରେ ହେବ ବମ୍ପର ବୃଦ୍ଧି, ସମୟ ପୂର୍ବରୁ ହେଲା ବଡ଼ ଖୁଲାସା!


ଅଧିକ ପଢ଼ନ୍ତୁ:-ସବୁଠୁ ମହଙ୍ଗା ଓ ଅଜବ ଚାକରାଣୀ; ଗୋଟିଏ ଦିନ ପାଇଁ ନିଅନ୍ତି ୧.୮ ଲକ୍ଷ ଟଙ୍କା, ନିବସ୍ତ୍ର ହୋଇ କରନ୍ତି ଘର କାମ


ଅଧିକ ପଢ଼ନ୍ତୁ:-ଖୁସି ଖବର: ୫୦୦ ଟଙ୍କା ଶସ୍ତାରେ ମିଳୁଛି ଗ୍ୟାସ ସିଲିଣ୍ଡର! ଶୀଘ୍ର କରନ୍ତୁ


 


ଗହଣା ବଜାରର ଗଣିତକୁ ବୁଝନ୍ତୁ 


ସୁନା-ରୁପାର ଯେଉଁ ଦାମ କୁହାଯାଇଛି, ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । ଏଠାରେ କହି ରଖୁଛୁ ଯେ, IBJA ଦ୍ୱାରା ଜାରି କରାଯାଇଥିବା ରେଟ୍ ସାରା ଦେଶରେ ସର୍ବମାନ୍ୟ ହୋଇଥାଏ ।