Gold-Silver Price: ଶୀଘ୍ର କରନ୍ତୁ: ରେକର୍ଡ ଦରରୁ ସୁନା ୬୦୦ ଟଙ୍କା ଓ ରୁପା ୨,୩୮୦ ଟଙ୍କା ମିଳୁଛି ଶସ୍ତା!
Advertisement

Gold-Silver Price: ଶୀଘ୍ର କରନ୍ତୁ: ରେକର୍ଡ ଦରରୁ ସୁନା ୬୦୦ ଟଙ୍କା ଓ ରୁପା ୨,୩୮୦ ଟଙ୍କା ମିଳୁଛି ଶସ୍ତା!

Gold-Silver Price: ଗତକାଲି ସୁନା ଓ ରୁପା ପରି ମୂଲ୍ୟବାନ ଧାତୁ ମୂଲ୍ୟରେ ହ୍ରାସ ଘଟିଥିଲା । କିନ୍ତୁ ଆଜି ଏଥିରେ ବ୍ୟତିକ୍ରମ ଦେଖାଦେଇଛି । ଆଜି ଉଭୟ ସୁନା ଓ ରୁପା ଦରରେ ବୃଦ୍ଧି ରେକର୍ଡ କରାଯାଇଛି । ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ ।

Gold-Silver Price: ଶୀଘ୍ର କରନ୍ତୁ: ରେକର୍ଡ ଦରରୁ ସୁନା ୬୦୦ ଟଙ୍କା ଓ ରୁପା ୨,୩୮୦ ଟଙ୍କା ମିଳୁଛି ଶସ୍ତା!

Gold-Silver Price: ଆଜି (ଶୁକ୍ରବାର) ଅର୍ଥାତ ଏପ୍ରିଲ ୨୧ରେ ସୁନା ଓ ରୁପା ଦରରେ ପୁଣି ଥରେ ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଗତକାଲି (ଗୁରୁବାର) ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୨୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୨୨୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୬୧,୧୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୬୦,୯୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୬,୦୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୫,୮୫୦ ଟଙ୍କା ଥିଲା । 
 
ଏହି କ୍ରମରେ ଆଜି ଅର୍ଥାତ ଏପ୍ରିଲ ୨୧ରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ରୁପା ଦରରେ ୨୦୦ ଟଙ୍କାର ହ୍ରାସ ଘଟିଥିଲା । ସେପଟେ ଆଜି ରୁପା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୭,୬୦୦ ଟଙ୍କାକୁ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୭,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୭୬୦ ଟଙ୍କା ରହିଛି । ଯାହା ଗତକାଲି ୭,୭୪୦ ଟଙ୍କା ଥିଲା ।

ଅଲଟାଇମ୍ ହାଇରୁ ସୁନା ୬୦୦ ଟଙ୍କା ଓ ରୁପା ୨,୩୮୦ ଟଙ୍କା ଶସ୍ତା ମିଳୁଛି

ଏପ୍ରିଲ ୨୦୨୩ ମାସରେ ସୁନା (Gold Price) ସର୍ବକାଳୀନ ଉଚ୍ଚ ଦରରେ ପହଞ୍ଚିଥିଲା ।​ ୧୪ ଏପ୍ରିଲ ୨୦୨୩ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୬,୬୫୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା । ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୬୦୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହି​ ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୨,୩୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 

ଅଧିକ ପଢ଼ନ୍ତୁ-ବୁଧଙ୍କ ରାଶିରେ ଗୋଚର କରିବେ ଶୁକ୍ର ଗ୍ରହ, ଏହି ୩ଟି ରାଶି ଉପରେ ବର୍ଷିବ ବିପୁଳ ଧନ!

ଅଧିକ ପଢ଼ନ୍ତୁ-ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ସରକାର କଲେ ବଡ଼ ଘୋଷଣା, ୪ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା, ଆକାଉଣ୍ଟକୁ ଆସିବ ମୋଟା ଅଙ୍କର ଟଙ୍କା

ଅଧିକ ପଢ଼ନ୍ତୁ-କେନ୍ଦ୍ର ସରକାର ନେଲେ ବଡ଼ ନିଷ୍ପତ୍ତି; ବର୍ତ୍ତମାନ ବଢ଼ିବ ପେନସନ ଓ ଦରମା, କର୍ମଚାରୀଙ୍କ ଲାଗିଲା ଲଟେରୀ!

ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।