Gold-Silver Price: ଆଜି (ମଙ୍ଗଳବାର) ଅର୍ଥାତ ଏପ୍ରିଲ ୪ରେ ସୁନା ଓ ରୁପା ମୂଲ୍ୟରେ ବୃଦ୍ଧି ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଗତକାଲି (ସୋମବାର) ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୩୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୬୬୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୬୦,୩୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୯,୬୭୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୫,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୪,୭୦୦ ଟଙ୍କା ଥିଲା । 
 
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ଗତକାଲି ରୁପା ଦରରେ ୫୦୦ ଟଙ୍କାର ହ୍ରାସ ଘଟିଥିଲା । ସେପଟେ ଆଜି (ମଙ୍ଗଳବାର) ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୪,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୪,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୪୬୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭,୪୦୦ ଟଙ୍କା ଥିଲା ।


COMMERCIAL BREAK
SCROLL TO CONTINUE READING

ଅଲଟାଇମ୍ ହାଇରୁ ସୁନା ପ୍ରାୟ ୧୦୦ ଟଙ୍କା ଓ ରୁପା ୫,୩୮୦ ଟଙ୍କା ମିଳୁଛି ଶସ୍ତା 


ଅଗଷ୍ଟ ୨୦୨୦ ମାସରେ  ସୁନା (Gold Price) ସର୍ବକାଳୀନ ଉଚ୍ଚ ରେଟରେ ପହଞ୍ଚିଥିଲା ।​ ୧୦ ଅଗଷ୍ଟ ୨୦୨୦ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୫,୪୦୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା ।​ ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୧୦୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୫,୩୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 


ଅଧିକ ପଢ଼ନ୍ତୁ-ଦେଶର ଏହି ୫ଟି ରାଜ୍ୟରେ ପୁଣି ଥରେ ଲାଗୁ ହେଲା ପୁରୁଣା ପେନସନ୍ ଯୋଜନା


ଅଧିକ ପଢ଼ନ୍ତୁ-୧୫ ଦିନ ପରେ ସୂର୍ଯ୍ୟ ପରାଗ; ଏହି ୫ଟି ରାଶି ରୁହନ୍ତୁ ସତର୍କ, ରହିଛି କ୍ଷତିର ଯୋଗ


ଅଧିକ ପଢ଼ନ୍ତୁ-ଲକ୍ଷ୍ନୌର ପରାଜୟର ସବୁଠାରୁ ବଡ଼ ଅପରାଧୀ ଏହି ଖେଳାଳି, ଅଧିନାୟକ କେଏଲ ରାହୁଲ କେବେବି କରିବେନି କ୍ଷମା!


 


ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।