Gold-Silver Price: ସୁନା ଓ ରୁପା ମୂଲ୍ୟରେ ଜବରଦସ୍ତ ବୃଦ୍ଧି ରେକର୍ଡ କରାଯାଇଛି । ବିଗତ କିଛି ସମୟ ଧରି ମୂଲ୍ୟବାନ ଧାତୁ ମୂଲ୍ୟରେ ଲଗାତର ବୃଦ୍ଧି ଦେଖାଯାଇଛି । ବିଶେଷଜ୍ଞମାନେ ମଧ୍ୟ ପୂର୍ବାନୁମାନ କରିଥିଲେ କି ସୁନା ଓ ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି ଘଟିବ । ଆଜି (ବୁଧବାର) ଅର୍ଥାତ ଏପ୍ରିଲ ୫ରେ ସୁନା ଓ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଏହି କ୍ରମରେ ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଗତକାଲି (ମଙ୍ଗଳବାର) ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୬୬୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୧୦୩୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୬୧,୩୬୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୬୦,୩୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୯୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୬,୨୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୫,୩୦୦ ଟଙ୍କା ଥିଲା । 
 
ଏହି ପର୍ଯ୍ୟାୟରେ ଆଜି ଅର୍ଥାତ ଏପ୍ରିଲ ୫ରେ ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି ରୁପା ଦରରେ ୬୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ରୁପା ମୂଲ୍ୟରେ ୨୪୯୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୭,୦୯୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୪,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୭୦୯ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭,୪୬୦ ଟଙ୍କା ଥିଲା ।


COMMERCIAL BREAK
SCROLL TO CONTINUE READING


ଅଲଟାଇମ୍ ହାଇରେ ପହଞ୍ଚିଛି ସୁନା ଦର ଓ ରୁପା ୨,୮୯୦ ଟଙ୍କା ମିଳୁଛି ଶସ୍ତା 


ଅଗଷ୍ଟ ୨୦୨୦ ମାସରେ  ସୁନା (Gold Price) ସର୍ବକାଳୀନ ଉଚ୍ଚ ରେଟରେ ପହଞ୍ଚିଥିଲା ।​ ୧୦ ଅଗଷ୍ଟ ୨୦୨୦ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୫,୪୦୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା ।​ ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୭୦୦ ଟଙ୍କା ଅଧିକ ମୂଲ୍ୟରେ ବିକ୍ରି ହେଉଛି । ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୨,୮୯୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 


ଅଧିକ ପଢ଼ନ୍ତୁ-ମେଷ ରାଶିରେ ବକ୍ରୀ ହେବାକୁ ଯାଉଛନ୍ତି ବୁଧ, ଏହି ୪ଟି ରାଶିର ଲୋକଙ୍କ ବଦଳିଯିବ ଜୀବନ; ଦୂର ହେବ ଆର୍ଥିକ ସଙ୍କଟ


ଅଧିକ ପଢ଼ନ୍ତୁ-ଆଇପିଏଲ ମଝିରେ ଫ୍ୟାନ୍ସଙ୍କ ଆସିଲା ସବୁଠାରୁ ବଡ଼ ଖୁସି ଖବର, ଧୋନିଙ୍କୁ ନେଇ ହେଲା ବଡ଼ ଘୋଷଣା


ଅଧିକ ପଢ଼ନ୍ତୁ-କେନ୍ଦ୍ର କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର, ମହଙ୍ଗା ଭତ୍ତା ପରେ TAରେ ହେଲା ବମ୍ପର ବୃଦ୍ଧି, ଆକାଉଣ୍ଟରେ ଆସିବ ୧.୫ ଲକ୍ଷ ଟଙ୍କା!


ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।