Kalia Chhatra Bruti Apply Date Extended: ଭୁବନେଶ୍ୱର: କାଳିଆ ଯୋଜନାର ହିତାଧିକାରୀଙ୍କ ପିଲାଙ୍କ ପାଇଁ ଦିଆଯାଉଥିବା ଛାତ୍ର ବୃତ୍ତି ପାଇଁ ଆବେଦନ ତାରିଖ ଘୁଞ୍ଚାଯାଇଛି। ଏବେ ଫେବୃୟାରୀ ୮ ତାରିଖ ପର୍ଯ୍ୟନ୍ତ ଇଚ୍ଛୁକ ଆବେଦନକର୍ତ୍ତା ଅନ୍‍ଲାଇନ୍‍ ମାଧ୍ୟମରେ ଆବେଦନ କରିପାରିବେ। ପୂର୍ବରୁ ଜାନୁୟାରୀ ୩୧ ତାରିଖକୁ ଆବେଦନର ଶେଷ ତାରିଖ ଭାବେ ଗ୍ରହଣ କରାଯାଇଥିଲା। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଏହି ସମୟସୀମାକୁ ସମ୍ପ୍ରସାରଣ କରାଯାଇଛି। 


COMMERCIAL BREAK
SCROLL TO CONTINUE READING

ପରିବର୍ଦ୍ଧିତ କାଳିଆ ଛାତ୍ରବୃତ୍ତି ମାର୍ଗଦର୍ଶିକା ଅନୁଯାୟୀ ଜାନୁଆରୀ ୯ ତାରିଖରୁ ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ଏହି ପୋର୍ଟାଲ ଖୋଲା ରଖିବା ପାଇଁ ସମୟସୀମା ଧାର୍ଯ୍ୟ କରାଯାଇଥିଲା। ମାତ୍ର କାଳିଆ ଛାତ୍ରବୃତ୍ତି ନିମନ୍ତେ ପିଲାଙ୍କ ମଧ୍ୟରେ ଆଗ୍ରହ ଏବଂ ଆବେଦନ ସମୟସୀମା ବୃଦ୍ଧି ନିମନ୍ତେ ଅନେକ ଛାତ୍ରଛାତ୍ରୀଙ୍କ ଅନୁରୋଧକୁ ଦୃଷ୍ଟିରେ ରଖି କୃଷି ଏବଂ କୃଷକ ସଶକ୍ତିକରଣ, ମତ୍ସ୍ୟ, ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁଙ୍କ ପରାମର୍ଶ କ୍ରମେ ଅନଲାଇନ ଆବେଦନ ସମୟସୀମା ଫେବୃଆରୀ ୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି ପାଇଁ ବିଭାଗ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି।