Odisha Bhawan: କର୍କଟ ରୋଗୀଙ୍କୁ ରହଣୀ ପାଇଁ ହେବନି ଅସୁବିଧା, ମୁମ୍ବାଇରେ ଚମତ୍କାର ବ୍ୟବସ୍ଥା କଲେ ମୁଖ୍ୟମନ୍ତ୍ରୀ
Advertisement
Article Detail0/zeeodisha/odisha1402653

Odisha Bhawan: କର୍କଟ ରୋଗୀଙ୍କୁ ରହଣୀ ପାଇଁ ହେବନି ଅସୁବିଧା, ମୁମ୍ବାଇରେ ଚମତ୍କାର ବ୍ୟବସ୍ଥା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୁମ୍ବାଇସ୍ଥିତ ଓଡିଶା ଭବନର ସଂପ୍ରସାରଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ ବିଭିନ୍ନ କାର୍ଯ୍ୟରେ ମୁମ୍ବାଇ ଆସୁଥିବା ସରକାରୀ ଅଧିକାରୀ ଓ ଜନସାଧାରଣଙ୍କୁ ମୁମ୍ବାଇ ଭଳି ମେଟ୍ରୋ ସହରରେ ସୁଲଭ ମୂଲ୍ୟରେ ରହଣି ଯୋଗାଇଦେବା ଉଦ୍ଦେଶ୍ୟରେ ମୁମ୍ବାଇଠାରେ ଓଡିଶା ଭବନ କାର୍ଯ୍ୟକ୍ଷମ ରହିଛି।

Odisha Bhawan: କର୍କଟ ରୋଗୀଙ୍କୁ ରହଣୀ ପାଇଁ ହେବନି ଅସୁବିଧା, ମୁମ୍ବାଇରେ ଚମତ୍କାର ବ୍ୟବସ୍ଥା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୁମ୍ବାଇସ୍ଥିତ ଓଡିଶା ଭବନର ସଂପ୍ରସାରଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ ବିଭିନ୍ନ କାର୍ଯ୍ୟରେ ମୁମ୍ବାଇ ଆସୁଥିବା ସରକାରୀ ଅଧିକାରୀ ଓ ଜନସାଧାରଣଙ୍କୁ ମୁମ୍ବାଇ ଭଳି ମେଟ୍ରୋ ସହରରେ ସୁଲଭ ମୂଲ୍ୟରେ ରହଣି ଯୋଗାଇଦେବା ଉଦ୍ଦେଶ୍ୟରେ ମୁମ୍ବାଇଠାରେ ଓଡିଶା ଭବନ କାର୍ଯ୍ୟକ୍ଷମ ରହିଛି।

ଏହି ଭବନରେ ୨୮ ଗୋଟି ଏସି ରୁମ ଓ ୪ ଟି ଏସି ଡର୍ମିଟୋରୀ ରହିଛି। ଏହି ସବୁ ରୁମ ମଧ୍ୟରୁ ୧୬ ଗୋଟି ୨ ଶଯ୍ୟା ବିଶିଷ୍ଟ ଏସି ରୁମ ଓ ୨ ଟି ଏସି ଡର୍ମିଟୋରୀ ମୁମ୍ବାଇରେ କ୍ୟାନ୍ସର ଭଳି ଦୂରାରୋଗ୍ୟ ବ୍ୟାଧିର ଚିକିତ୍ସା ନିମନ୍ତେ ଆସୁଥିବା ଓଡିଆ ଲୋକଙ୍କ ପାଇଁ ଉଦ୍ଦିଷ୍ଟ ରହିଛି ।

ସରକାରଙ୍କ ତରଫରୁ ରିଆତି ମୂଲ୍ୟରେ ଯୋଗାଇ ଦିଆଯାଉଥିବା ଏହି ରହଣି ସୁବିଧା ଦ୍ୱାରା ଓଡିଶାର ଆର୍ଥିକ ଦୁର୍ବଳ ଶ୍ରେଣୀର ରୋଗୀମାନେ ବିଶେଷ ଭାବେ ଉପକୃତ ହୋଇ ଆସୁଛନ୍ତି।  ମୁମ୍ବାଇର ଟାଟା କ୍ୟାନସର ହସ୍ପିଟାଲକୁ ଚିକିତ୍ସା ପାଇଁ ଯାଉଥିବା ଓଡ଼ିଆ ଭାଇ ଭଉଣୀମାନେ ରହଣୀ ନେଇ ଅସୁବିଧାର ସମ୍ମୁଖୀନ ହେଉଥିଲେ । ସେମାନଙ୍କ ସୁବିଧା ପାଇଁ ଓଡ଼ିଶା ଭବନରେ ସମ୍ପ୍ରସାରଣ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ଭବନରେ ଆୟୋଜିତ ଏହି ସମ୍ପ୍ରସାରଣ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ତେବେ ମୁମ୍ବାଇ ଓଡିଶା ଭବନରେ ରୋଗୀମାନଙ୍କ ପାଇଁ ଅଧିକ ରୁମର ବ୍ୟବସ୍ଥା କରିବାକୁ ଓଡିଶାର ଜନସାଧାରଣ ତଥା ମୁମ୍ବାଇସ୍ଥିତ ବିଭିନ୍ନ ଓଡିଆ ସଂଗଠନ ତରଫରୁ ଦୀର୍ଘ ଦିନ ଧରି ଦାବି ହୋଇ ଆସୁଥିଲା। ସେମାନଙ୍କର ଦାବୀକୁ ସମ୍ମାନ ଜଣାଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଆଜି ଏହି ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି।

ଏହି ଅବସରରେ ସ୍ୱରାଷ୍ଟ୍ର ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଞ୍ଜୀବ ଚୋପ୍ରା, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T)  ଭି. କେ. ପାଣ୍ଡିଆନ, ନିର୍ମାଣ ବିଭାଗ ଓ ଇଡ୍‌କୋର ଅଧିକାରୀ ବୃନ୍ଦ ତଥା ମୁମ୍ବାଇସ୍ଥିତ ବିଭିନ୍ନ ଓଡିଆ ସଂଗଠନର କର୍ମକର୍ତ୍ତା ଉପସ୍ଥିତ ଥିଲେ। ଓଡିଶା ଭବନ, ମୁମ୍ବାଇର ଏହି ସଂପ୍ରସାରଣ ପୂର୍ଣ୍ଣ ହେଲେ ମୁମ୍ବାଇ ଭଳି ବ୍ୟୟବହୁଳ ସହରରେ ଅଧିକ କ୍ୟାନ୍ସର ପୀଡିତଙ୍କୁ ସ୍ୱଳ୍ପ ମୂଲ୍ୟରେ ରହଣି ଯୋଗାଇ ଦିଆଯାଇ ପାରିବ। ଏଥି ନିମନ୍ତେ ଓଡିଶାର ଜନସାଧାରଣ ତଥା ମୁମ୍ବାଇସ୍ଥିତ ବିଭିନ୍ନ ଓଡିଆ ସଂଗଠନ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି।

ସୂଚନାଯୋଗ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଜନ୍ମ ଦିନରେ ହାଇଦ୍ରାବାଦ ଗସ୍ତ କରିଥିଲେ। ସେଠାରେ ଇନଭେଷ୍ଟର୍ସ ମିଟରେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ। ବିଭିନ୍ନ ଶିଳ୍ପପତିଙ୍କୁ ଓଡ଼ିଶାରେ ଶିଳ୍ପ ଗଢିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆମନ୍ତ୍ରଣ କରିଥିଲେ। ତେବେ ସେଠାରୁ ସେ ମୁମ୍ବାଇ ଗସ୍ତ କରିଛନ୍ତି। 

ଅଧିକ ପଢନ୍ତୁ: 'ଟିମ ଇଣ୍ଡିଆର ସେମିଫାଇନାଲରେ ପ୍ରବେଶ କରିବାର ସମ୍ଭାବନା ମାତ୍ରା ୩୦ ପ୍ରତିଶତ ରହିଛି'

ଅଧିକ ପଢନ୍ତୁ: Mallikarjun Kharge: ଦୁଇ ଦଶନ୍ଧି ପରେ କଂଗ୍ରେସର ନୂଆ ମୁଖିଆ, ଖଡ଼ଗେଙ୍କ ଏକତରଫା ବିଜୟ

ଅଧିକ ପଢନ୍ତୁ: T20 World Cup 2022: ପୁଣି ଆହତ ହେଲେ ଆଉ ଜଣେ ଖେଳାଳି, ବର୍ତ୍ତମାନ ଏହି କ୍ରିକେଟର ଟି-20 ବିଶ୍ୱକପରୁ ହେଲେ ବାହାର