ବଜେଟ୍ ପୂର୍ବରୁ ଜାରି ହେଲା ପେଟ୍ରୋଲ-ଡିଜେଲର ନୂଆ ଦର, ଫଟାଫଟ୍ ଚେକ୍ କରନ୍ତୁ କ'ଣ ରହିଛି ଆଜିର ରେଟ୍
Advertisement
Article Detail0/zeeodisha/odisha2088433

ବଜେଟ୍ ପୂର୍ବରୁ ଜାରି ହେଲା ପେଟ୍ରୋଲ-ଡିଜେଲର ନୂଆ ଦର, ଫଟାଫଟ୍ ଚେକ୍ କରନ୍ତୁ କ'ଣ ରହିଛି ଆଜିର ରେଟ୍

Petrol Diesel Price Today 1 February 2024: ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଧ୍ୟବର୍ତ୍ତୀକାଳୀନ ବଜେଟ୍ ଉପସ୍ଥାପନ କରିବାକୁ ଯାଉଛନ୍ତି। ଆଜି ଉପସ୍ଥାପିତ ବଜେଟ୍ ଉପରେ ସମଗ୍ର ଦେଶର ନଜର ରହିବ। ଏହାପୂର୍ବରୁ ସରକାରୀ ତୌଳ କମ୍ପାନୀଗୁଡିକ ପେଟ୍ରୋଲ ଓ ଡିଜେଲର ନୂତନ ମୂଲ୍ୟ ଜାରି କରିଛନ୍ତି।

 

Petrol Diesel Price Today 1 February 2024

Petrol- Diesel Price Today: ଆଜି ମୋଦୀ ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ଶେଷ ବଜେଟ୍ ଉପସ୍ଥାପନା ହେବ। ଏହା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଷଷ୍ଠ ବଜେଟ୍ ହେବ। ଆଜି ଉପସ୍ଥାପିତ ହେବାକୁ ଥିବା ଏହି ବଜେଟ୍ ଉପରେ ସମଗ୍ର ଦେଶର ନଜର ରହିବ। ତେବେ ଏହା ପୂର୍ବରୁ ପ୍ରତ୍ୟେକ ଦିନ ଭଳି ଦେଶର ସରକାରୀ ତୌଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଏବଂ ଡିଜେଲର ନୂତନ ମୂଲ୍ୟ ଜାରି କରିଛନ୍ତି। କହିରଖୁଛୁ ଯେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ଟାରେ ବଦଳିଯାଇଥାଏ।

  • ରାଜ୍ୟ ରାଜଧାନୀ ଭୁବନେଶ୍ୱରରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୧୦୩.୧୯ ଟଙ୍କା ଓ ଗୋଟିଏ ଲିଟର ଡିଜେଲର ମୂଲ୍ୟ ଲିଟର ପିଛା ୯୪.୭୬ ଟଙ୍କା ରହିଛି।
  • ଜାତୀୟ ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଏବଂ ଡିଜେଲର ମୂଲ୍ୟ ଲିଟର ପିଛା ୮୯.୬୨ ଟଙ୍କା ରହିଛି।
  • ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୬.୩୧ ଟଙ୍କା ଏବଂ ଡିଜେଲର ମୂଲ୍ୟ ଲିଟର ପିଛା ୯୪.୨୭ ଟଙ୍କା ରହିଛି।
  • କୋଲକାତାରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୬.୦3 ଟଙ୍କା ଏବଂ ଡିଜେଲର ମୂଲ୍ୟ ଲିଟର ପିଛା ୯୨.୭୬ ଟଙ୍କା ରହିଛି।

ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ ଟାରେ ବଦଳିଥାଏ। ସକାଳ ୬ ଟାରୁ ନୂତନ ଦର କାର୍ଯ୍ୟକାରୀ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ, ଭାଟ୍ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ମୂଳ ମୂଲ୍ୟଠାରୁ ଦ୍ୱିଗୁଣିତ ହୁଏ। ଏହି କାରଣରୁ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଏତେ ଅଧିକ ଦେଖାଯାଏ।

ଆପଣ ଘରେ ବସି ଏପରି ଯାଞ୍ଚ କରିପାରିବେ ମୂଲ୍ୟ
ଆପଣ ନିଜ ସହରରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ସହଜରେ ଜାଣିପାରିବେ। ଏଥିପାଇଁ ତୌଳ ମାର୍କେଟିଂ କମ୍ପାନୀଗୁଡିକର ୱେବସାଇଟକୁ ଯିବାକୁ କିମ୍ବା ଏକ SMS ପଠାଇବାକୁ ପଡିବ। ଯଦି ଆପଣ ଜଣେ ଇଣ୍ଡିଆନ ଅଏଲ୍ ଗ୍ରାହକ ତେବେ ଆପଣ RSP ସହିତ 9224992249 ନମ୍ବରକୁ SMS ପଠାଇ ପାରିବେ ଏବଂ ଯଦି ଆପଣ ଜଣେ BPCL ଗ୍ରାହକ ତେବେ ଆପଣ RSP ଲେଖି 9223112222 ନମ୍ବରକୁ SMS ପଠାଇ ପାରିବେ । ଏହାପରେ ଆପଣଙ୍କୁ SMS ମାଧ୍ୟମରେ ଦର ବିଷୟରେ ସୂଚନା ମିଳିଯିବ।