Odisha CM Puri Visit: ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହେବାର ସପ୍ତମ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଗସ୍ତରେ ଆସିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହିତ ପରିକ୍ରମା ପ୍ରକଳ୍ପ ପୁନଃ ପ୍ରଦକ୍ଷୀଣ କରିଛନ୍ତି। ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ ମଧ୍ଯ ମୁଖ୍ୟମନ୍ତ୍ରୀଙ୍କ ସହ ପୁରୀ ଗସ୍ତ କରିଥିଲେ। 


COMMERCIAL BREAK
SCROLL TO CONTINUE READING

ଭକ୍ତଙ୍କୁ ମିଳୁଥିବା ନୂତନ ସୁବିଧା ସୁଯୋଗ ସମ୍ପର୍କର ଅନୁଭୂତି ନେବାପାଇଁ ମୁଖ୍ୟମନ୍ତ୍ରୀ ମଙ୍ଗଳବାର ପୁଣି ଥରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ବାସୀଙ୍କ ଉନ୍ନତି ସହ  ମଙ୍ଗଳ କାମନା କରିଥିଲେ। ପ୍ରକଳ୍ପର ଭବ୍ୟତା ତଥା ଆଧ୍ୟାତ୍ମିକତା ପୂର୍ଣ୍ଣ ପରିବେଶକୁ ଦେଖି ମୁଖ୍ୟମନ୍ତ୍ରୀ ଆନନ୍ଦିତ ହୋଇଉଠିବା ସହ ସନ୍ତୋଷ ପ୍ରକାଶ କରିଥଲେ। ଗତ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ କରିଥିଲେ ମୁଖ୍ୟମନ୍ତ୍ରୀ। ଶ୍ରୀମନ୍ଦିରର ସୁରକ୍ଷା, ମହାପ୍ରଭୁଙ୍କ ଯାନିଯାତ୍ରା ତଥ ଭକ୍ତଙ୍କ ସୁବିଧା ଦୃଷ୍ଟିରୁ ଏହା ଅତି ଜରୁରୀ ରହିଥିଲା।


ଶ୍ରୀମନ୍ଦିର ଚତୁଃ ପାର୍ଶ୍ଵରେ ୭୫ ମିଟର ପ୍ରଶସ୍ତ ବିଶିଷ୍ଟ ପରିକ୍ରମା ପ୍ରକଳ୍ପ ଅତ୍ୟନ୍ତ ଭବ୍ୟ, ସୌନ୍ଦର୍ଯ୍ୟମୟ ହେବା ସହିତ ପିଢ଼ି ପରେ ପିଢ଼ି ଭକ୍ତଙ୍କୁ ଏକ ଆଧ୍ୟାତ୍ମିକ ପରିବେଶ ପ୍ରଦାନ କରିବ। ସୁନ୍ଦର ସବୁଜ ପରିବେଶ, ଖାଣ୍ଡାଲାଇଟ  ଖୋଣ୍ଡଲାଇଟ ପଥରର ଆକର୍ଷଣୀୟ କାରିଗରୀ କାମ ସହିତ ଭକ୍ତଙ୍କ ପାଇଁ କ୍ଲୋକ୍ ରୁମ୍, ସୂଚନା କେନ୍ଦ୍ର, ଆମ୍ପି ଥିଏଟର ଆଦି ସୁବିଧା କରାଯାଇଛି।