Petrol-Diesel Price: ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ପେଟ୍ରୋଲ-ଡିଜେଲ ମୂଲ୍ୟ, ଜାଣନ୍ତୁ କ'ଣ ରହିଛି ରେଟ୍
Advertisement
Article Detail0/zeeodisha/odisha2083735

Petrol-Diesel Price: ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ପେଟ୍ରୋଲ-ଡିଜେଲ ମୂଲ୍ୟ, ଜାଣନ୍ତୁ କ'ଣ ରହିଛି ରେଟ୍

Petrol-Diesel Price Today: ୨୯ ଜାନୁଆରୀରେ ମଧ୍ୟ ତୌଳ ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ଗତକାଲି ଅପେକ୍ଷା ୧୭ ପଇସା ହ୍ରାସ ପାଇ ୧୦୩.୦୧ ପଇସା ହୋଇଛି।

 

Petrol-Diesel Price Today

Petrol-Diesel Price Today: ଆନ୍ତର୍ଜାତୀୟ ସ୍ତରରେ ଅଶୋଧିତ ତୈଳ ମୂଲ୍ୟରେ ସାମାନ୍ୟ ବୃଦ୍ଧି ଘଟିଛି। ଅଶୋଧିତ ମୂଲ୍ୟ ୮୦ ଡଲାରରୁ ଅଧିକ ଦରରେ କାରବାର କରୁଛି। ଏଭଳି ପରିସ୍ଥିତିରେ ଘରୋଇ ବଜାରରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଉପରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି କି? ଏହି ପ୍ରଶ୍ନ ପ୍ରାୟ ସମସ୍ତ ଭାରତୀୟଙ୍କ ମନରେ ଅଛି। ୨୯ ଜାନୁଆରୀ ପାଇଁ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପ୍ରକାଶ ପାଇଛି। ୨୯ ଜାନୁଆରୀରେ ମଧ୍ୟ ତୌଳ ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ଗତକାଲି ଅପେକ୍ଷା ୧୭ ପଇସା ହ୍ରାସ ପାଇ ୧୦୩.୦୧ ପଇସା ହୋଇଛି।

ସରକାର ସୂଚାଇ ଦେଇଛନ୍ତି ଯେ ଆଗାମୀ ସମୟରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ କିଛି ସଂଶୋଧନ ହୋଇପାରେ। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିର୍ବାଚନ ପୂର୍ବରୁ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଲିଟର ପିଛା ୧୦ ଟଙ୍କା ହ୍ରାସ ହୋଇପାରେ।

fallback

ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ ଟାରେ ବଦଳିଥାଏ। ସକାଳ ୬ ଟାରୁ ନୂତନ ଦର କାର୍ଯ୍ୟକାରୀ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ, ଭାଟ୍ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ମୂଳ ମୂଲ୍ୟଠାରୁ ଦ୍ୱିଗୁଣିତ ହୁଏ। ଏହି କାରଣରୁ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଏତେ ଅଧିକ ଦେଖାଯାଏ।

ଆପଣ ଘରେ ବସି ଏପରି ଯାଞ୍ଚ କରିପାରିବେ ମୂଲ୍ୟ
ଆପଣ ନିଜ ସହରରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ସହଜରେ ଜାଣିପାରିବେ। ଏଥିପାଇଁ ତୌଳ ମାର୍କେଟିଂ କମ୍ପାନୀଗୁଡିକର ୱେବସାଇଟକୁ ଯିବାକୁ କିମ୍ବା ଏକ SMS ପଠାଇବାକୁ ପଡିବ। ଯଦି ଆପଣ ଜଣେ ଇଣ୍ଡିଆନ ଅଏଲ୍ ଗ୍ରାହକ ତେବେ ଆପଣ RSP ସହିତ 9224992249 ନମ୍ବରକୁ SMS ପଠାଇ ପାରିବେ ଏବଂ ଯଦି ଆପଣ ଜଣେ BPCL ଗ୍ରାହକ ତେବେ ଆପଣ RSP ଲେଖି 9223112222 ନମ୍ବରକୁ SMS ପଠାଇ ପାରିବେ । ଏହାପରେ ଆପଣଙ୍କୁ SMS ମାଧ୍ୟମରେ ଦର ବିଷୟରେ ସୂଚନା ମିଳିଯିବ।