Petrol Diesel Price Today: ଅଗଷ୍ଟ  ୧୭ ତାରିଖ ତଥା ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ ସ୍ଥିରତା ଦେଖିବାକୁ ମିଳିଛି। କିନ୍ତୁ, ଶନିବାର ଦିନ ଦେଶର ପ୍ରମୁଖ ସହର ଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦର ଲୋକଙ୍କ ଚିନ୍ତା ବଢାଇଛି।  କିଛି ସ୍ଥାନରେ ଦର ବୃଦ୍ଧି ପାଇଥିବା ବେଳେ ଆଉ କିଛି ସ୍ଥାନରେ ଦର ସ୍ଥିର ରହିଛି। ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ?


COMMERCIAL BREAK
SCROLL TO CONTINUE READING

ALSO READ: Surya Budh Yuti 2024: ଆଜିଠୁ ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ, ମିଳିବ ଚାକିରିରେ ପଦୋନ୍ନତି ସହ...


ALSO READ: Raksha Bandhan 2024: ରାକ୍ଷୀ ପୂର୍ଣ୍ଣିମାରେ ପଡୁଛି ୨ଟି ଦୁର୍ଲଭ ସଂଯୋଗ, ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ!


ଓଡ଼ିଶାରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ପିଛା  ୧୦୧ ଟଙ୍କା ୦୬ ପଇସା ରହିଥିବା ବେଳେ ଡିଜେଲ (୧ ଲିଟର) ୯୨ ଟଙ୍କା ୬୪ ପଇସା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହୁଁଛୁ ଯେ, ଆଜି ଓଡିଶାରେ ପେଟ୍ରୋଲ୍ ଓ ଡିଜେଲ୍ ଦରରେ କୌଣସି ପ୍ରକାର ପରିବର୍ତ୍ତନ ହୋଇ ନାହିଁ। ତେବେ ଗତକାଲି ରାଜ୍ୟରେ ତେଲ ଦର ବୃଦ୍ଧି ପାଇଥିଲା। ଯାହା ଗ୍ରାହକଙ୍କୁ ଶକ୍ତ ଝଟକା ଦେଇଥିଲା। ଗତ କିଛି ଦିନ ହେବ ରାଜ୍ୟରେ ତୈଳ ଦର ଆକାଶ ଛୁଆଁ ହେବାର ଲାଗିଛି । ଯାହାକୁ ନେଇ ଗ୍ରାହକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। 


ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ(୧ ଲିଟର) ୯୪.୭୨ ରହିଥିବା ବେଳେ ଡିଜେଲ (୧ ଲିଟର) ୮୭.୬୨ ରହିଛି। ସେହିପରି ଗ୍ରେଟର ମୁମ୍ବାଇରେ ପେଟ୍ରୋଲ୍ ଦର ଲିଟର ପିଛା ୧୦୩ ଟଙ୍କା ୬୨ ପଇସା  ରହିଥିବା ବେଳେ ଡିଜେଲ୍ ରେଟ୍ ୯୦ ଟଙ୍କା ୧୭ ପଇସା ରହିଛି । ପେଟ୍ରୋଲ୍ ରେ ୧୮ ଓ ଡିଜେଲ୍ ରେ ୧୭ ପଇସା ହ୍ରାସ ପାଇଛି। ସେହିପରି, କୋଲକାତାରେ ପେଟ୍ରୋଲ ଲିଟର ୧୦୪ ଟଙ୍କା ୯୫ ପଇସା ଥିବା ବେଳେ ଡିଜେଲ୍ ଦର ୯୧ ଟଙ୍କା ୭୬ ପଇସା ରହିଛି।  ସେପଟେ, ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୦ ଟଙ୍କା ୭୫ ପଇସା ରହିଥିବା ବେଳେ ଡିଜେଲ (୧ ଲିଟର) ୯୨ ଟଙ୍କା ୩୪ ପଇସା ରହିଛି।  


ଆପଣ ଘରେ ବସି ଏପରି ଯାଞ୍ଚ କରିପାରିବେ ମୂଲ୍ୟ:
ଆପଣ ନିଜ ସହରରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ସହଜରେ ଜାଣିପାରିବେ। ଏଥିପାଇଁ ତୌଳ ମାର୍କେଟିଂ କମ୍ପାନୀଗୁଡିକର ୱେବସାଇଟକୁ ଯିବାକୁ କିମ୍ବା ଏକ SMS ପଠାଇବାକୁ ପଡିବ। ଯଦି ଆପଣ ଜଣେ ଇଣ୍ଡିଆନ ଅଏଲ୍ ଗ୍ରାହକ ତେବେ ଆପଣ RSP ସହିତ 9224992249 ନମ୍ବରକୁ SMS ପଠାଇ ପାରିବେ ଏବଂ ଯଦି ଆପଣ ଜଣେ BPCL ଗ୍ରାହକ ତେବେ ଆପଣ RSP ଲେଖି 9223112222 ନମ୍ବରକୁ SMS ପଠାଇ ପାରିବେ । ଏହାପରେ ଆପଣଙ୍କୁ SMS ମାଧ୍ୟମରେ ଦର ବିଷୟରେ ସୂଚନା ମିଳିଯିବ।


ଏମିତି ଭାବେ ପ୍ରତ୍ୟକ ଦିନ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଯାଞ୍ଚ କରିପାରିବେ:
ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ ଟାରେ ବଦଳିଥାଏ (Today Petrol Diesel Price)। ସକାଳ ୬ ଟାରୁ ନୂତନ ଦର କାର୍ଯ୍ୟକାରୀ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ, ଭାଟ୍ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ମୂଳ ମୂଲ୍ୟଠାରୁ ଦ୍ୱିଗୁଣିତ ହୁଏ। ଏହି କାରଣରୁ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଏତେ ଅଧିକ ଦେଖାଯାଏ।