Petrol Diesel Price Today: ଗ୍ରାହକଙ୍କୁ ଝଟକା, ରାଜ୍ୟରେ ବଢିଲା ପେଟ୍ରୋଲ-ଡିଜେଲ ଦର
Advertisement
Article Detail0/zeeodisha/odisha2371970

Petrol Diesel Price Today: ଗ୍ରାହକଙ୍କୁ ଝଟକା, ରାଜ୍ୟରେ ବଢିଲା ପେଟ୍ରୋଲ-ଡିଜେଲ ଦର

Petrol Diesel Price Today: ଅଗଷ୍ଟ ୭ ତାରିଖ ତଥା ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି।  ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ?

Petrol Diesel Price Today: ଗ୍ରାହକଙ୍କୁ ଝଟକା, ରାଜ୍ୟରେ ବଢିଲା ପେଟ୍ରୋଲ-ଡିଜେଲ ଦର

Petrol Diesel Price Today: ଅଗଷ୍ଟ ୭ ତାରିଖ ତଥା ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ ସ୍ଥିରତା ଦେଖିବାକୁ ମିଳିଛି। କିନ୍ତୁ, ବୁଧବାର ଦିନ ଦେଶର ପ୍ରମୁଖ ସହର ଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦର ଲୋକଙ୍କ ଚିନ୍ତା ବଢାଇଛି।  କିଛି ସ୍ଥାନରେ ଦର ବୃଦ୍ଧି ପାଇଥିବା ବେଳେ ଆଉ କିଛି ସ୍ଥାନରେ ଦର ଖସିଛି। ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ?

ALSO READ: Guru Gochar 2024: ୨୦ ଅଗଷ୍ଟରୁ ବୃହସ୍ପତି ବଦଳାଇବେ ଏହିସବୁ ରାଶିର ଭାଗ୍ୟ, ଚାକିରିରେ ମିଳିବ ପଦୋନ୍ନତି ସହ...

ALSO READ: State Cabinet Meeting: ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ

ଓଡ଼ିଶାରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ପିଛା  ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ (୧ ଲିଟର) ପିଛା ୯୨ ଟଙ୍କା ୬୨ ପଇସା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହୁଁଛୁ ଯେ, ଆଜି ଓଡିଶାରେ ପେଟ୍ରୋଲ୍ ଲିଟର ପିଛା ୧୩ ପଇସା  ଓ ଡିଜେଲ୍ ଲିଟର ପିଛା ୧୨ ପଇସା ବୃଦ୍ଧି ପାଇଛି। ତେବେ ଗତକାଲି ତୈଳ ରେଟ୍ ରାଜ୍ୟରେ ଖସି ଥିବା ବେଳେ ଆଜି ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି। ତୈଳ ଦର ବୃଦ୍ଧି କାଟ୍ କରିବାକୁ ବହୁବାର ଦାବି ହୋଇଥିଲେ ମଧ୍ୟ ସରକାର ଏଥିପ୍ରତି ଧ୍ୟାନ ଦେଉ ନଥିବା ଦେଖିବାକୁ ମିଳିଛି । ଯାହାକୁ ନେଇ ସାଧାରଣ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।

ALSO READ: Weather Update: ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା, ଏହିସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ(୧ ଲିଟର) ୯୪.୭୨ ରହିଥିବା ବେଳେ ଡିଜେଲ (୧ ଲିଟର) ୮୭.୬୨ ରହିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ୍ ଦର ଲିଟର ପିଛା ୧୦୩ ଟଙ୍କା ୪୪ ପଇସା  ରହିଥିବା ବେଳେ ଡିଜେଲ୍ ରେଟ୍ ୮୯ ଟଙ୍କା ୯୭ ପଇସା ରହିଛି । ସେହିପରି, କୋଲକାତାରେ ପେଟ୍ରୋଲ ଲିଟର ୧୦୪ ଟଙ୍କା ୯୫ ପଇସା ଥିବା ବେଳେ ଡିଜେଲ୍ ଦର ୯୧ ଟଙ୍କା ୭୬ ପଇସା ରହିଛି।  ସେପଟେ, ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୦ ଟଙ୍କା ୭୫ ପଇସା ରହିଥିବା ବେଳେ ଡିଜେଲ (୧ ଲିଟର) ୯୨ ଟଙ୍କା ୩୪ ପଇସା ରହିଛି। 

ଆପଣ ଘରେ ବସି ଏପରି ଯାଞ୍ଚ କରିପାରିବେ ମୂଲ୍ୟ:
ଆପଣ ନିଜ ସହରରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ସହଜରେ ଜାଣିପାରିବେ। ଏଥିପାଇଁ ତୌଳ ମାର୍କେଟିଂ କମ୍ପାନୀଗୁଡିକର ୱେବସାଇଟକୁ ଯିବାକୁ କିମ୍ବା ଏକ SMS ପଠାଇବାକୁ ପଡିବ। ଯଦି ଆପଣ ଜଣେ ଇଣ୍ଡିଆନ ଅଏଲ୍ ଗ୍ରାହକ ତେବେ ଆପଣ RSP ସହିତ 9224992249 ନମ୍ବରକୁ SMS ପଠାଇ ପାରିବେ ଏବଂ ଯଦି ଆପଣ ଜଣେ BPCL ଗ୍ରାହକ ତେବେ ଆପଣ RSP ଲେଖି 9223112222 ନମ୍ବରକୁ SMS ପଠାଇ ପାରିବେ । ଏହାପରେ ଆପଣଙ୍କୁ SMS ମାଧ୍ୟମରେ ଦର ବିଷୟରେ ସୂଚନା ମିଳିଯିବ।

ଏମିତି ଭାବେ ପ୍ରତ୍ୟକ ଦିନ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଯାଞ୍ଚ କରିପାରିବେ:
ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ ଟାରେ ବଦଳିଥାଏ (Today Petrol Diesel Price)। ସକାଳ ୬ ଟାରୁ ନୂତନ ଦର କାର୍ଯ୍ୟକାରୀ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ, ଭାଟ୍ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ମୂଳ ମୂଲ୍ୟଠାରୁ ଦ୍ୱିଗୁଣିତ ହୁଏ। ଏହି କାରଣରୁ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଏତେ ଅଧିକ ଦେଖାଯାଏ।