Petrol-Diesel Price Today: ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ? ଶୀଘ୍ର ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍
Advertisement

Petrol-Diesel Price Today: ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ? ଶୀଘ୍ର ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

Today Petrol-Diesel Price 12 December 2022: ଏଠାରେ କହି ରଖୁଛୁ ଯେ, ଏହାପୂର୍ବରୁ ଚଳିତ ବର୍ଷ ମେ ୨୧ରେ ସରକାର ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରିଥିଲେ । ପେଟ୍ରୋଲ ଉପରେ ଏକ୍ସାଇଜ୍ ଡ୍ୟୁଟି ଲିଟର ପିଛା ୮ ଟଙ୍କା ଓ ଡିଜେଲ ଲିଟର ପିଛା ୬ ଟଙ୍କା ହ୍ରାସ କରାଯାଇଥିଲା । ସେବେଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ହ୍ରାସ ପାଇନାହିଁ । 

Petrol-Diesel Price Today: ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ? ଶୀଘ୍ର ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

Today Petrol-Diesel Price 12 December 2022: ଆଜି ସପ୍ତାହର ପ୍ରଥମ ଦିନ (ସୋମବାର) ଅର୍ଥାତ ଡିସେମ୍ୱର ୧୨ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲର ନୂଆ ଦର ଜାରି କରିଦେଇଛନ୍ତି । ଦୀର୍ଘ ୨୦୨ ଦିନ ହେବ ଦେଶରେ ତେଲ ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଏଠାରେ କହି ରଖୁଛୁ ଯେ, ଏହାପୂର୍ବରୁ ଚଳିତ ବର୍ଷ ମେ ୨୧ରେ ସରକାର ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରିଥିଲେ । ପେଟ୍ରୋଲ ଉପରେ ଏକ୍ସାଇଜ୍ ଡ୍ୟୁଟି ଲିଟର ପିଛା ୮ ଟଙ୍କା ଓ ଡିଜେଲ ଲିଟର ପିଛା ୬ ଟଙ୍କା ହ୍ରାସ କରାଯାଇଥିଲା । ସେବେଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ହ୍ରାସ ପାଇନାହିଁ । ସେହି ସମୟରେ ଦେଶରେ ପେଟ୍ରୋଲ ୯.୫୦ ଟଙ୍କା ଓ ଡିଜେଲ ୭ ଟଙ୍କା ଲିଟର ପିଛା ଶସ୍ତା ହୋଇଥିଲା । କେନ୍ଦ୍ର ସରକାରଙ୍କ ଘୋଷଣା ପରେ ରାଜସ୍ଥାନ, ମହାରାଷ୍ଟ୍ର, ଓଡିଶା ଏବଂ କେରଳ ସରକାର ମଧ୍ୟ ଭାଟ୍ ହ୍ରାସ କରିଥିଲେ ।

ଆଜି (ସୋମବାର) ସକାଳେ ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ୭୭.୦୧ ଡଲାରରେ ଖସି ଆସିଛି । ସେହିପରି ଡବ୍ଲୁଟିଆଇ ବ୍ୟାରେଲ ପିଛା ୭୨ ଡଲାରରେ ଖସି ଆସିଛି । ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ଜାତୀୟ ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । 

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୬୦ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ଥିଲା । ସେହିପରି ହାଇଦ୍ରାବାଦରେ ପେଟ୍ରୋଲ ଦର ୧୦୯.୬୬ ଟଙ୍କା ରହିଛି । ବେଙ୍ଗାଲୁରୁରେ ପେଟ୍ରୋଲ ଦର ୧୦୧.୯୪ ଟଙ୍କା ରହିଛି ।

ଆଜି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଆଜି ଡିଜେଲ ଲିଟର ପିଛା ୯୪.୩୩ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୫.୧୫ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୯୪.୭୬ ଟଙ୍କା ଥିଲା । ସେପଟେ ହାଇଦ୍ରାବାଦରେ ଡିଜେଲ ମୂଲ୍ୟ ୯୭.୮୨ ଟଙ୍କା ଥିବାବେଳେ ବେଙ୍ଗାଲୁରୁରେ ୮୭.୮୯ ଟଙ୍କା ରହିଛି ।

ଏହା ବି ପଢ଼ନ୍ତୁ:-ରେଲୱେ ବାତିଲ କଲା ପୁଣି ୨୩୦ ଟ୍ରେନ୍, ଓଡ଼ିଶାର ମଧ୍ୟ ରହିଛି ଅନେକ ଟ୍ରେନ; ଘରୁ ବାହାରିବା ପୂର୍ବରୁ ଦେଖି ନିଅନ୍ତୁ ସଂପୂର୍ଣ୍ଣ ତାଲିକା

ଏହା ବି ପଢ଼ନ୍ତୁ:-ଯୌନ ସମସ୍ୟା ଦୂର କରିବା ପାଇଁ ବିବାହିତ ପୁରୁଷମାନେ ଆଜିଠୁ ଆରମ୍ଭ କରନ୍ତୁ ଏହି ୫ଟି ଜିନିଷର ସେବନ, ମିଳିବ ଆଶ୍ଚର୍ଯ୍ୟଜନକ ଲାଭ!

ଏହା ବି ପଢ଼ନ୍ତୁ:-PF ଖାତାଧାରୀ ହୋଇଯାଆନ୍ତୁ ଆଲର୍ଟ! EPFO ଜାରି କଲା ଏହି ଚେତାବନୀ

 

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।