Petrol Diesel Price: ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ? ଶୀଘ୍ର ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍
Advertisement

Petrol Diesel Price: ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ? ଶୀଘ୍ର ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

Petrol Diesel Price: ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ମୂଲ୍ୟରେ ହ୍ରାସ ବୃଦ୍ଧି ଆମର ପକେଟ ଉପରେ ସିଧାସଳଖ ପ୍ରଭାବ ପକାଇଥାଏ । ସେଥିପାଇଁ ଆମର ନଜର ପ୍ରତିଦିନ ଏହାର ମୂଲ୍ୟ ଉପରେ ଥାଏ । ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । 

 

Petrol Diesel Price: ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ? ଶୀଘ୍ର ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

Today Petrol-Diesel Rate 14 November 2022: ଦେଶରେ ପେଟ୍ରୋଲ ଓ ଡିଜେଲର ଦର କମ୍ କରିବାକୁ ଦୀର୍ଘ ଦିନରୁ ଦାବି ରହିଆସିଛି । ସେପଟେ ବୈଶ୍ୱିକ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ବୃଦ୍ଧି ଲାଗି ରହିଛି । ଏହି କାରଣରୁ ଭାରତୀୟ ତୈଳ କମ୍ପାନୀଗୁଡିକ ମଧ୍ୟ ମୂଲ୍ୟ ସମ୍ବନ୍ଧରେ କୌଣସି  ନିଷ୍ପତ୍ତି ନେଉନାହାଁନ୍ତି । ଦେଶରେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ଅନେକ ମାସ ଧରି ଦେଶରେ ସ୍ଥିର ରହିଛି । ଆଜି ସପ୍ତାହର ପ୍ରଥମ ଦିନ (ସୋମବାର) ଅର୍ଥାତ ନଭେମ୍ୱର ୧୪ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଦେଶରେ ୧୭୭ ଦିନ ହେବ ତୈଲ ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଅର୍ଥାତ ପ୍ରାୟ ୬ ମାସ ହେବ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିଛି । 

ଅନ୍ୟପଟେ ବୈଶ୍ୱିକ ବଜାରରେ ଅଶୋଧିତ ତୈଳ ଦର (Crude Oil Price) ରେ ବୃଦ୍ଧି ଘଟିଛି । ଆଜି ସକାଳେ ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ୦.୬୧ ପ୍ରତିଶତ ବୃଦ୍ଧି ଘଟି ୯୬.୫୮ ଡଲାରରେ ପହଞ୍ଚିଛି । ସେହିପରି ଡବ୍ଲୁଟିଆଇ ବ୍ୟାରେଲ ପିଛା ୦.୫୪ ପ୍ରତିଶତ ବୃଦ୍ଧି ଘଟି ୮୯.୪୪ ଡଲାରରେ ପହଞ୍ଚିଛି । ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ଜାତୀୟ ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । 

ସୂଚନାଯୋଗ୍ୟ, ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଟିକସ ଆଦାୟ କରୁଛନ୍ତି । ଏହା ବ୍ୟତୀତ ମାଲ ପରିବହନ, ଡିଲର ଚାର୍ଜ ଏବଂ ଡିଲର କମିଶନ ମଧ୍ୟ ଏହାର ମୂଲ୍ୟରେ ଅନ୍ତର୍ଭୁକ୍ତ ଥାଏ । ପେଟ୍ରୋଲ ଓ ଡିଜେଲର ମୂଳ ମୂଲ୍ୟରେ ଏସବୁ ଯୋଡିବା ପରେ ଖୁଚୁରା ମୂଲ୍ୟ ସାମ୍ନାକୁ ଆସେ । ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ର ସରକାର ଉତ୍ପାଦନ ଶୁଳ୍କ ବା ଏକ୍ସାଇଜ୍ ଡ୍ୟୁଟି ଆଦାୟ କରନ୍ତି ଯାହା ସମଗ୍ର ଦେଶରେ ସମାନ ଅଟେ । ରାଜ୍ୟ ସରକାର ଭ୍ୟାଟ୍ ଆଦାୟ କରନ୍ତି । ରାଜ୍ୟଗୁଡ଼ିକରେ ଅଲଗା ଅଲଗା ଭ୍ୟାଟ୍ କାରଣରୁ ବିଭିନ୍ନ ରାଜ୍ୟ ଓ ସହରରେ  ପେଟ୍ରୋଲ ଓ ଡିଜେଲର ଭିନ୍ନ ଦର ରହିଥାଏ ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ଥିଲା । ସେହିପରି ହାଇଦ୍ରାବାଦରେ ପେଟ୍ରୋଲ ଦର ୧୦୯.୬୬ ଟଙ୍କା ରହିଛି । ବେଙ୍ଗାଲୁରୁରେ ପେଟ୍ରୋଲ ଦର ୧୦୧.୯୪ ଟଙ୍କା ରହିଛି ।

ଆଜି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଆଜି ଡିଜେଲ ଲିଟର ପିଛା ୯୪.୩୩ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୪.୭୬ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର  ୯୪.୭୬ ଟଙ୍କା ଥିଲା । ସେପଟେ ହାଇଦ୍ରାବାଦରେ ଡିଜେଲ ମୂଲ୍ୟ ୯୭.୮୨ ଟଙ୍କା ଥିବାବେଳେ ବେଙ୍ଗାଲୁରୁରେ ୮୭.୮୯ ଟଙ୍କା ରହିଛି ।

ଅଧିକ ପଢ଼ନ୍ତୁ:-ପାକିସ୍ତାନକୁ ପରାସ୍ତ କରି ଇଂଲଣ୍ଡ ରଚିଲା ଇତିହାସ, ବିଶ୍ୱ କ୍ରିକେଟରେ ଏପରି କରିଥିବା ପ୍ରଥମ ଦଳ

ଅଧିକ ପଢ଼ନ୍ତୁ:-ପତିଙ୍କୁ ଉଲଗ୍ନ କରି ତାଙ୍କ ଆଗରେ ପତ୍ନୀଙ୍କୁ କଲେ ଗଣଦୁଷ୍କର୍ମ, ପରେ ପ୍ରାଇଭେଟ୍ ପାର୍ଟରେ...

ଅଧିକ ପଢ଼ନ୍ତୁ:-ଫାଇନାଲରେ ହାରିବା ପରେ ବାବର ଆଜମ ଦେଲେ ବଡ଼ ବୟାନ, ପରାଜୟ ପାଇଁ ଏମାନଙ୍କୁ କଲେ ଦାୟୀ

 

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx