Today Petrol-Diesel Price: ଏସବୁ ସ୍ଥାନରେ ପେଟ୍ରୋଲ-ଡିଜେଲ ଦରରେ ହେଲା ପରିବର୍ତ୍ତନ, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍
Advertisement

Today Petrol-Diesel Price: ଏସବୁ ସ୍ଥାନରେ ପେଟ୍ରୋଲ-ଡିଜେଲ ଦରରେ ହେଲା ପରିବର୍ତ୍ତନ, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍

Today Petrol-Diesel Rate 12 November 2022: ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।

Today Petrol-Diesel Price: ଏସବୁ ସ୍ଥାନରେ ପେଟ୍ରୋଲ-ଡିଜେଲ ଦରରେ ହେଲା ପରିବର୍ତ୍ତନ, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍

Today Petrol-Diesel Rate 12 November 2022: ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ମୂଲ୍ୟରେ ହ୍ରାସ ବୃଦ୍ଧି ଆମର ପକେଟ ଉପରେ ସିଧାସଳଖ ପ୍ରଭାବ ପକାଇଥାଏ । ସେଥିପାଇଁ ଆମର ନଜର ପ୍ରତିଦିନ ଏହାର ମୂଲ୍ୟ ଉପରେ ଥାଏ । ଆଜି (ଶୁକ୍ରବାର) ଅର୍ଥାତ ନଭେମ୍ୱର ୧୨ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି ।  ଦେଶରେ ଦୀର୍ଘ ୧୭୫ ଦିନ ଧରି ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିଛି । ସେପଟେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର (Crude Oil Price) ରେ ହ୍ରାସ ବୃଦ୍ଧି ଲାଗିରହିଛି । ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ଘଟି ୯୫ ଡଲାର ପ୍ରତି ବ୍ୟାରେଳ ପିଛା ପାର କରିଛି । 

ଶୁକ୍ରବାର ସନ୍ଧ୍ୟା ବଜାର ବନ୍ଦ ହେବା ସମୟରେ ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ପ୍ରାୟ ୯୫.୯୯ ଡଲାରରେ ପହଞ୍ଚିଛି । ସେହିପରି ଡବ୍ଲୁଟିଆଇ ବ୍ୟାରେଲ ପିଛା ୮୮.୯୬ ଡଲାରରେ ପହଞ୍ଚିଛି ।  ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ଜାତୀୟ ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । କିନ୍ତୁ ରାଜଧାନୀ ଭୁବନେଶ୍ୱର ଓ ଚେନ୍ନାଇରେ ତୈଳ ଦରରେ ବୃଦ୍ଧି ଘଟିଛି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ଗତକାଲି ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ରହିଥିଲା, ଯାହା ଆଜି ୧୦୨.୭୩ ଟଙ୍କାରେ ପହଞ୍ଚିଛି । ସେହିପରି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୧୧ ଟଙ୍କା ଥିଲା । ସେହିପରି ହାଇଦ୍ରାବାଦରେ ପେଟ୍ରୋଲ ଦର ୧୦୯.୬୬ ଟଙ୍କା ରହିଛି । ବେଙ୍ଗାଲୁରୁରେ ପେଟ୍ରୋଲ ଦର ୧୦୧.୯୪ ଟଙ୍କା ରହିଛି ।

ଆଜି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଆଜି ଡିଜେଲ ଲିଟର ପିଛା ୯୪.୩୩ ଟଙ୍କା ରହିଛି । ଗତକାଲି ଚେନ୍ନାଇରେ ଡିଜେଲ ୯୪.୨୪ ଟଙ୍କା ପ୍ରତି ଲିଟର ବିକ୍ରି ହେଉଥିଲା । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୪.୭୬ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୯୪.୬୮ ଟଙ୍କା ଥିଲା । ସେପଟେ ହାଇଦ୍ରାବାଦରେ ଡିଜେଲ ମୂଲ୍ୟ ୯୭.୮୨ ଟଙ୍କା ଥିବାବେଳେ ବେଙ୍ଗାଲୁରୁରେ ୮୭.୮୯ ଟଙ୍କା ରହିଛି ।

ଅଧିକ ପଢ଼ନ୍ତୁ:-ଟିମ୍ ଇଣ୍ଡିଆରେ ଖୁବ୍ ଶୀଘ୍ର ପନ୍ତ-କାର୍ତ୍ତିକଙ୍କ ସ୍ଥାନ ଛଡ଼ାଇ ନେବେ ଏହି ଘାତକ ଖେଳାଳି? ମିଳିବ ୱିକେଟକିପରର ଦାୟିତ୍ୱ

ଅଧିକ ପଢ଼ନ୍ତୁ:-୪ ଥର ଯୌନ ନିର୍ଯାତନା ପରେ ମହିଳାଙ୍କ ଗଳା ଚିପି ଥିଲେ ଏହି କ୍ରିକେଟର!

ଅଧିକ ପଢ଼ନ୍ତୁ:-ଟିମ୍ ଇଣ୍ଡିଆର ପରାଜୟ ପରେ କଟାକ୍ଷ କଲେ ଗମ୍ଭୀର, ଶୁଣି ବରଦାସ୍ତ କରିପାରିବେନି ଅଧିନାୟକ ରୋହିତ!

 

ଏହାପୂର୍ବରୁ ଚଳିତ ବର୍ଷ ମେ ୨୧ରେ ସରକାର ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରିଥିଲେ । ପେଟ୍ରୋଲ ଉପରେ ଏକ୍ସାଇଜ୍ ଡ୍ୟୁଟି ଲିଟର ପିଛା ୮ ଟଙ୍କା ଓ ଡିଜେଲ ଲିଟର ପିଛା ୬ ଟଙ୍କା ହ୍ରାସ କରାଯାଇଥିଲା । ସେବେଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ହ୍ରାସ ପାଇନାହିଁ । ସେହି ସମୟରେ ଦେଶରେ ପେଟ୍ରୋଲ ୯.୫୦ ଟଙ୍କା ଓ ଡିଜେଲ ୭ ଟଙ୍କା ଲିଟର ପିଛା ଶସ୍ତା ହୋଇଥିଲା । କେନ୍ଦ୍ର ସରକାରଙ୍କ ଘୋଷଣା ପରେ ରାଜସ୍ଥାନ, ମହାରାଷ୍ଟ୍ର, ଓଡିଶା ଏବଂ କେରଳ ସରକାର ମଧ୍ୟ ଭାଟ୍ ହ୍ରାସ କରିଥିଲେ ।

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx