Advertisement
Article Detail0/zeeodisha/odisha2332266
Zee OdishaOdisha TrendingPetrol Diesel Price Today: ଗ୍ରାହକଙ୍କ ପାଇଁ ଖୁସି ଖବର, ଭୁବନେଶ୍ବରରେ ଖସିଲା ପେଟ୍ରୋଲ-ଡିଜେଲ ରେଟ୍

Petrol Diesel Price Today: ଗ୍ରାହକଙ୍କ ପାଇଁ ଖୁସି ଖବର, ଭୁବନେଶ୍ବରରେ ଖସିଲା ପେଟ୍ରୋଲ-ଡିଜେଲ ରେଟ୍

Petrol Diesel Price Today: ଜୁଲାଇ ୧୧ ତାରିଖ ତଥା ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି।  ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ?

Petrol Diesel Price Today: ଗ୍ରାହକଙ୍କ ପାଇଁ ଖୁସି ଖବର, ଭୁବନେଶ୍ବରରେ ଖସିଲା ପେଟ୍ରୋଲ-ଡିଜେଲ ରେଟ୍

Petrol Diesel Price Today: ଜୁଲାଇ ୧୧ ତାରିଖ ତଥା ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ ସ୍ଥିରତା ଦେଖିବାକୁ ମିଳିଛି। କିନ୍ତୁ, ଶୁକ୍ରବାର ଦିନ ଦେଶର ପ୍ରମୁଖ ସହର ଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦର ଲୋକଙ୍କ ଚିନ୍ତା ବଢାଇଛି। କିଛି ସ୍ଥାନରେ ଦର ଖସି ଥିବା ବେଳେ ଆଉ କିଛି ସ୍ଥାନରେ ଦର ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି। ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ?

ଓଡ଼ିଶାରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୦.୯୭ ରହିଛି । ସେହିପରି ଡିଜେଲ (୧ ଲିଟର) ୯୨.୫୫ ରହିଛି।  ତେବେ, ଆଜି ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୯ ପଇସା ହ୍ରାସ ହୋଇଛି। ଯାହା ଗ୍ରାହକଙ୍କୁ ସାମାନ୍ୟ ଆଶ୍ବସ୍ତି ଦେଇଛି। ଗତକିଛି ଦିନ ହେବ ରାଜ୍ୟରେ ତୈଳ ଦରର ବୃଦ୍ଧି ଗ୍ରାହକଙ୍କୁ ଟେନସନରେ ପକାଇଛି। ପେଟ୍ରୋଲ-ଡିଜେଲ ଦର କମାଇବା ପାଇଁ ଦିର୍ଘ ଦିନ ହେବ ଦାବି ହୋଇଥିଲେ ମଧ୍ୟ ସରକାର ଏପ୍ରତି ଧ୍ୟାନ ହେଉ ନାହାଁନ୍ତି। 

ALSO READ: Love Horoscope 12 July 2024: ଏହିସବୁ ରାଶିଙ୍କ ପାଇଁ ଆଜିର ଦିନଟି ରହିବ ବହୁତ ଖାସ୍, ନିଜ ସାଥୀଙ୍କ ସହ ବିତାଇବେ କ୍ବାଲିଟି ଟାଇମ୍

Add Zee News as a Preferred Source

ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ୯୬.୭୨ ରହିଥିବା ବେଳେ ଡିଜେଲ(୧ ଲିଟର) ୮୯.୬୨ ରହିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୬.୩୧ ରହିଥିବା ବେଳେ ଡିଜେଲ (୧ ଲିଟର) ୯୪.୨୭ ରହିଛି। ସେପଟେ  ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୨.୬୩ ରହିଥିବା ବେଳେ ଡିଜେଲ(୧ ଲିଟର) ୯୪.୨୪ ରହିଛି। କୋଲକାତାରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୬.୦୩ ରହିଥିବା ବେଳେ ଡିଜେଲ(୧ ଲିଟର) ୯୨.୭୬ ରହିଛି।

ଆପଣ ଘରେ ବସି ଏପରି ଯାଞ୍ଚ କରିପାରିବେ ମୂଲ୍ୟ:
ଆପଣ ନିଜ ସହରରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ସହଜରେ ଜାଣିପାରିବେ। ଏଥିପାଇଁ ତୌଳ ମାର୍କେଟିଂ କମ୍ପାନୀଗୁଡିକର ୱେବସାଇଟକୁ ଯିବାକୁ କିମ୍ବା ଏକ SMS ପଠାଇବାକୁ ପଡିବ। ଯଦି ଆପଣ ଜଣେ ଇଣ୍ଡିଆନ ଅଏଲ୍ ଗ୍ରାହକ ତେବେ ଆପଣ RSP ସହିତ 9224992249 ନମ୍ବରକୁ SMS ପଠାଇ ପାରିବେ ଏବଂ ଯଦି ଆପଣ ଜଣେ BPCL ଗ୍ରାହକ ତେବେ ଆପଣ RSP ଲେଖି 9223112222 ନମ୍ବରକୁ SMS ପଠାଇ ପାରିବେ । ଏହାପରେ ଆପଣଙ୍କୁ SMS ମାଧ୍ୟମରେ ଦର ବିଷୟରେ ସୂଚନା ମିଳିଯିବ।

ଏମିତି ଭାବେ ପ୍ରତ୍ୟକ ଦିନ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଯାଞ୍ଚ କରିପାରିବେ:
ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ ଟାରେ ବଦଳିଥାଏ (Today Petrol Diesel Price)। ସକାଳ ୬ ଟାରୁ ନୂତନ ଦର କାର୍ଯ୍ୟକାରୀ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ, ଭାଟ୍ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ମୂଳ ମୂଲ୍ୟଠାରୁ ଦ୍ୱିଗୁଣିତ ହୁଏ। ଏହି କାରଣରୁ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଏତେ ଅଧିକ ଦେଖାଯାଏ।

 

 

About the Author