Petrol Diesel Price Today: ନୂଆ ତେଲ ଦର ଜାରି, ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ପେଟ୍ରୋଲ୍-ଡିଜେଲ୍ ଦର?
Advertisement
Article Detail0/zeeodisha/odisha2152323

Petrol Diesel Price Today: ନୂଆ ତେଲ ଦର ଜାରି, ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ପେଟ୍ରୋଲ୍-ଡିଜେଲ୍ ଦର?

Petrol Diesel Price: ମାର୍ଚ୍ଚ ୧୨ ତାରିଖ ତଥା ଆଜି ସାରା ଦେଶର ପେଟ୍ରୋଲ ଡିଜେଲ ମୂଲ୍ୟ ପ୍ରକାଶ ପାଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ ବୃଦ୍ଧି ଦେଖିବାକୁ ମିଳିଛି। ମଙ୍ଗଳବାର, ଦିନ ଦେଶର ପ୍ରମୁଖ ସହରଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଲୋକମାନଙ୍କ ଚିନ୍ତା ବଢ଼ାଇ ଦେଇଛି। 

Petrol Diesel Price Today: ନୂଆ ତେଲ ଦର ଜାରି, ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ପେଟ୍ରୋଲ୍-ଡିଜେଲ୍ ଦର?

Petrol Diesel Price: ମାର୍ଚ୍ଚ ୧୨ ତାରିଖ ତଥା ଆଜି ସାରା ଦେଶର ପେଟ୍ରୋଲ ଡିଜେଲ ମୂଲ୍ୟ ପ୍ରକାଶ ପାଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ ବୃଦ୍ଧି ଦେଖିବାକୁ ମିଳିଛି। ଅଶୋଧିତ ତୈଳର ଆନ୍ତର୍ଜାତୀୟ ମୂଲ୍ୟ ଅନୁଯାୟୀ ଭାରତରେ ଇନ୍ଧନର ମୂଲ୍ୟ ବଢ଼ିଥିବା ଦେଖିବାକୁ ମିଳିଛି। ମଙ୍ଗଳବାର, ଦିନ ଦେଶର ପ୍ରମୁଖ ସହରଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଲୋକମାନଙ୍କ ଚିନ୍ତା ବଢ଼ାଇ ଦେଇଛି। ଆସନ୍ତୁ ଜାଣିବା  କେଉଁ ସହରରେ କେତେ ରହିଛି ପେଟ୍ରୋଲ-ଡିଜେଲ ଦର।

ALSO READ: Lunar Eclipse 2024: ହୋଲିରେ ପଡୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ, ଚମକିବ ଏହି ସବୁ ରାଶିଙ୍କ ଭାଗ୍ୟ

ଓଡ଼ିଶାରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର)  ୧୦୩. ୧୯ ରହିଛି । ଯାହାକି ଗତକାଲି ଅପେକ୍ଷା ୧୭ ପଇସା ବୃଦ୍ଧି ହୋଇଛି।  ସେହିପରି ଡିଜେଲ (୧ ଲିଟର) ୯୪.୭୬ ରହିଛି। ଗତକାଲି ଅପେକ୍ଷା ୧୭ ପଇସା ବୃଦ୍ଧି ହୋଇଛି। ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ(୧ ଲିଟର) ୯୬.୭୨ ରହିଥିବା ବେଳେ ଡିଜେଲ (୧ ଲିଟର) ୮୯.୬୨ ରହିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୬.୩୧ ରହିଥିବା ବେଳେ ଡିଜେଲ(୧ ଲିଟର) ୯୪.୨୭ ରହିଛି। ସେପଟେ  ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୨.୮୬ ରହିଥିବା ବେଳେ ଡିଜେଲ (୧ ଲିଟର) ୯୪.୪୬ ରହିଛି। କୋଲକାତାରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୬.୦୩ ରହିଥିବା ବେଳେ ଡିଜେଲ (୧ ଲିଟର) ୯୨.୭୬ ରହିଛି।

ଏମିତି ଭାବେ ପ୍ରତ୍ୟକ ଦିନ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଯାଞ୍ଚ କରିପାରିବେ:
ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ ଟାରେ ବଦଳିଥାଏ (Today Petrol Diesel Price)। ସକାଳ ୬ ଟାରୁ ନୂତନ ଦର କାର୍ଯ୍ୟକାରୀ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ, ଭାଟ୍ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ମୂଳ ମୂଲ୍ୟଠାରୁ ଦ୍ୱିଗୁଣିତ ହୁଏ। ଏହି କାରଣରୁ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଏତେ ଅଧିକ ଦେଖାଯାଏ।

ଆପଣ ଘରେ ବସି ଏପରି ଯାଞ୍ଚ କରିପାରିବେ ମୂଲ୍ୟ:
ଆପଣ ନିଜ ସହରରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ସହଜରେ ଜାଣିପାରିବେ। ଏଥିପାଇଁ ତୌଳ ମାର୍କେଟିଂ କମ୍ପାନୀଗୁଡିକର ୱେବସାଇଟକୁ ଯିବାକୁ କିମ୍ବା ଏକ SMS ପଠାଇବାକୁ ପଡିବ। ଯଦି ଆପଣ ଜଣେ ଇଣ୍ଡିଆନ ଅଏଲ୍ ଗ୍ରାହକ ତେବେ ଆପଣ RSP ସହିତ 9224992249 ନମ୍ବରକୁ SMS ପଠାଇ ପାରିବେ ଏବଂ ଯଦି ଆପଣ ଜଣେ BPCL ଗ୍ରାହକ ତେବେ ଆପଣ RSP ଲେଖି 9223112222 ନମ୍ବରକୁ SMS ପଠାଇ ପାରିବେ । ଏହାପରେ ଆପଣଙ୍କୁ SMS ମାଧ୍ୟମରେ ଦର ବିଷୟରେ ସୂଚନା ମିଳିଯିବ।