Petrol-Diesel Price Today: ଗ୍ରାହକଙ୍କ ପାଇଁ ଖୁସି ଖବର, ରାଜଧାନୀରେ ଖସିଲା ପେଟ୍ରୋଲ-ଡିଜେଲ ଦର
Advertisement
Article Detail0/zeeodisha/odisha2162157

Petrol-Diesel Price Today: ଗ୍ରାହକଙ୍କ ପାଇଁ ଖୁସି ଖବର, ରାଜଧାନୀରେ ଖସିଲା ପେଟ୍ରୋଲ-ଡିଜେଲ ଦର

Petrol Diesel Price Today: ମାର୍ଚ୍ଚ ୧୮ ତାରିଖ ତଥା ଆଜି ସାରା ଦେଶର ପେଟ୍ରୋଲ ଡିଜେଲ ମୂଲ୍ୟ ପ୍ରକାଶ ପାଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ ସ୍ଥିରତା ଦେଖିବାକୁ ମିଳିଛି। କିନ୍ତୁ, ସୋମବାର ଦିନ ଦେଶର ପ୍ରମୁଖ ସହରଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦରରେ ସାମାନ୍ୟ ହ୍ରାସ ଦେଖିବାକୁ ମିଳିଛି। ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ?

ALSO READ: Lucky Zodiac: ୧୮ ବର୍ଷ ପରେ ସୂର୍ଯ୍ୟ-ରାହୁଙ୍କ ମହାମିଳନ, ଫିଟିବ ଏହି ସବୁ ରାଶିଙ୍କ ଭାଗ୍ୟ!

ଓଡ଼ିଶାରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ପିଛା  ୧୦୧. ୦୫ ରହିଛି । ସେହିପରି ଡିଜେଲ (୧ ଲିଟର) ୯୨.୬୨ ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହୁଁଛୁ ଯେ, ଗତକାଲି ଅପେକ୍ଷା ପେଟ୍ରୋଲ୍ ଓ ଡିଜେଲରେ ୧ ପଇସା ହ୍ରାସ ହୋଇଛି। ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ(୧ ଲିଟର) ୯୪.୭୨ ରହିଥିବା ବେଳେ ଡିଜେଲ (୧ ଲିଟର) ୮୭.୬୨ ରହିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୪.୨୧ ରହିଥିବା ବେଳେ ଡିଜେଲ(୧ ଲିଟର) ୯୨.୧୫ ରହିଛି। ସେପଟେ, ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୦ . ୭୫ ରହିଥିବା ବେଳେ ଡିଜେଲ (୧ ଲିଟର) ୯୨.୩୪ ରହିଛି। କୋଲକାତାରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୩.୯୪ ରହିଥିବା ବେଳେ ଡିଜେଲ (୧ ଲିଟର) ୯୦.୭୬ ରହିଛି।

ଏମିତି ଭାବେ ପ୍ରତ୍ୟକ ଦିନ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଯାଞ୍ଚ କରିପାରିବେ:
ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ ଟାରେ ବଦଳିଥାଏ (Today Petrol Diesel Price)। ସକାଳ ୬ ଟାରୁ ନୂତନ ଦର କାର୍ଯ୍ୟକାରୀ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ, ଭାଟ୍ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ମୂଳ ମୂଲ୍ୟଠାରୁ ଦ୍ୱିଗୁଣିତ ହୁଏ। ଏହି କାରଣରୁ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଏତେ ଅଧିକ ଦେଖାଯାଏ।

ଆପଣ ଘରେ ବସି ଏପରି ଯାଞ୍ଚ କରିପାରିବେ ମୂଲ୍ୟ:
ଆପଣ ନିଜ ସହରରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ସହଜରେ ଜାଣିପାରିବେ। ଏଥିପାଇଁ ତୌଳ ମାର୍କେଟିଂ କମ୍ପାନୀଗୁଡିକର ୱେବସାଇଟକୁ ଯିବାକୁ କିମ୍ବା ଏକ SMS ପଠାଇବାକୁ ପଡିବ। ଯଦି ଆପଣ ଜଣେ ଇଣ୍ଡିଆନ ଅଏଲ୍ ଗ୍ରାହକ ତେବେ ଆପଣ RSP ସହିତ 9224992249 ନମ୍ବରକୁ SMS ପଠାଇ ପାରିବେ ଏବଂ ଯଦି ଆପଣ ଜଣେ BPCL ଗ୍ରାହକ ତେବେ ଆପଣ RSP ଲେଖି 9223112222 ନମ୍ବରକୁ SMS ପଠାଇ ପାରିବେ । ଏହାପରେ ଆପଣଙ୍କୁ SMS ମାଧ୍ୟମରେ ଦର ବିଷୟରେ ସୂଚନା ମିଳିଯିବ।