Advertisement
Article Detail0/zeeodisha/odisha2314383
Zee OdishaOdisha TrendingPetrol Diesel Price Today: ଛୁଟି ଦିନରେ ମହଙ୍ଗା ମାଡ଼, ଭୁବନେଶ୍ବରରେ ପୁଣି ବଢିଲା ପେଟ୍ରୋଲ-ଡିଜେଲ୍ ରେଟ୍

Petrol Diesel Price Today: ଛୁଟି ଦିନରେ ମହଙ୍ଗା ମାଡ଼, ଭୁବନେଶ୍ବରରେ ପୁଣି ବଢିଲା ପେଟ୍ରୋଲ-ଡିଜେଲ୍ ରେଟ୍

Petrol Diesel Price Today: ଜୁନ୍ ୩୦ ତାରିଖ ତଥା ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି। ରବିବାର ଦିନ ଦେଶର ପ୍ରମୁଖ ସହର ଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦର ଲୋକଙ୍କ ଚିନ୍ତା ବଢାଇଛି। ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ?

Petrol Diesel Price Today: ଛୁଟି ଦିନରେ ମହଙ୍ଗା ମାଡ଼, ଭୁବନେଶ୍ବରରେ ପୁଣି ବଢିଲା ପେଟ୍ରୋଲ-ଡିଜେଲ୍ ରେଟ୍

Petrol Diesel Price Today: ଜୁନ୍ ୩୦ ତାରିଖ ତଥା ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ ସ୍ଥିରତା ଦେଖିବାକୁ ମିଳିଛି। କିନ୍ତୁ, ରବିବାର ଦିନ ଦେଶର ପ୍ରମୁଖ ସହର ଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦର ଲୋକଙ୍କ ଚିନ୍ତା ବଢାଇଛି। କିଛି ସ୍ଥାନରେ ଦର ଖସି ଥିବା ବେଳେ ଆଉ କିଛି ସ୍ଥାନରେ ଦର ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି। ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ?

ALSO READ: July Grah Gochar 2024: ଆସନ୍ତାକାଲିଠୁ ୫ ରାଶିର ଆରମ୍ଭ ହେବ ଶୁଭ ସମୟ, ମିଳିବ ଚାକିରି ମିଳିବ ସାଙ୍ଗକୁ କିଣିବେ ନୂଆ ଗାଡି !

ଓଡ଼ିଶାରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ପିଛା  ୧୦୧ ଟଙ୍କା ୩୪ ପଇସା ରହିଛି । ସେହିପରି ଡିଜେଲ (୧ ଲିଟର) ୯୨ ଟଙ୍କା ୯୧ ପଇସା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହୁଁଛୁ ଯେ, ଆଜି ଓଡିଶାରେ ପେଟ୍ରୋଲ୍ ଓ ଡିଜେଲ୍ ଲିଟର ପିଛା ୨୭ ପଇସା ବୃଦ୍ଧି ପାଇଛି।  ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ୯୪.୭୨ ରହିଥିବା ବେଳେ ଡିଜେଲ (୧ ଲିଟର) ୮୭.୬୨ ରହିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୪.୨୧ ରହିଥିବା ବେଳେ ଡିଜେଲ(୧ ଲିଟର) ୯୨.୧୫ ରହିଛି। ସେପଟେ, ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୦ .୭୫ ରହିଥିବା ବେଳେ ଡିଜେଲ (୧ ଲିଟର) ୯୨.୩୪ ରହିଛି। କୋଲକାତାରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୩.୯୪ ରହିଥିବା ବେଳେ ଡିଜେଲ (୧ ଲିଟର) ୯୦.୭୬ ରହିଛି।

Add Zee News as a Preferred Source

ଏମିତି ଭାବେ ପ୍ରତ୍ୟକ ଦିନ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଯାଞ୍ଚ କରିପାରିବେ:
ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ ଟାରେ ବଦଳିଥାଏ (Today Petrol Diesel Price)। ସକାଳ ୬ ଟାରୁ ନୂତନ ଦର କାର୍ଯ୍ୟକାରୀ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ, ଭାଟ୍ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ମୂଳ ମୂଲ୍ୟଠାରୁ ଦ୍ୱିଗୁଣିତ ହୁଏ। ଏହି କାରଣରୁ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଏତେ ଅଧିକ ଦେଖାଯାଏ।

ଆପଣ ଘରେ ବସି ଏପରି ଯାଞ୍ଚ କରିପାରିବେ ମୂଲ୍ୟ:
ଆପଣ ନିଜ ସହରରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ସହଜରେ ଜାଣିପାରିବେ। ଏଥିପାଇଁ ତୌଳ ମାର୍କେଟିଂ କମ୍ପାନୀଗୁଡିକର ୱେବସାଇଟକୁ ଯିବାକୁ କିମ୍ବା ଏକ SMS ପଠାଇବାକୁ ପଡିବ। ଯଦି ଆପଣ ଜଣେ ଇଣ୍ଡିଆନ ଅଏଲ୍ ଗ୍ରାହକ ତେବେ ଆପଣ RSP ସହିତ 9224992249 ନମ୍ବରକୁ SMS ପଠାଇ ପାରିବେ ଏବଂ ଯଦି ଆପଣ ଜଣେ BPCL ଗ୍ରାହକ ତେବେ ଆପଣ RSP ଲେଖି 9223112222 ନମ୍ବରକୁ SMS ପଠାଇ ପାରିବେ । ଏହାପରେ ଆପଣଙ୍କୁ SMS ମାଧ୍ୟମରେ ଦର ବିଷୟରେ ସୂଚନା ମିଳିଯିବ।

About the Author