Petrol Diesel Price Today: ନୂଆ ସରକାର ଗଠନ ହେବା ପୂର୍ବରୁ ଜାରି ହେଲା ନୂଆ ପେଟ୍ରୋଲ-ଡିଜେଲ ଦର
Advertisement
Article Detail0/zeeodisha/odisha2282708

Petrol Diesel Price Today: ନୂଆ ସରକାର ଗଠନ ହେବା ପୂର୍ବରୁ ଜାରି ହେଲା ନୂଆ ପେଟ୍ରୋଲ-ଡିଜେଲ ଦର

Petrol Diesel Price Today: ଓଡ଼ିଶାରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ପିଛା  ୧୦୧ ଟଙ୍କା ୦୬ ପଇସା ରହିଛି । ସେହିପରି ଡିଜେଲ (୧ ଲିଟର) ୯୨ ଟଙ୍କା ୬୪ ପଇସା ରହିଛି।  ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ(୧ ଲିଟର) ୯୪.୭୨ ରହିଥିବା ବେଳେ ଡିଜେଲ (୧ ଲିଟର) ୮୭.୬୨ ରହିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୪.୨୧ ରହିଥିବା ବେଳେ ଡିଜେଲ(୧ ଲିଟର) ୯୨.୧୫ ରହିଛି। 

Petrol Diesel Price Today: ନୂଆ ସରକାର ଗଠନ ହେବା ପୂର୍ବରୁ ଜାରି ହେଲା ନୂଆ ପେଟ୍ରୋଲ-ଡିଜେଲ ଦର

Petrol Diesel Price Today: ସାଧାରଣ ନିର୍ବାଚନର ଫଳାଫଳ ମଙ୍ଗଳବାର ଦିନ ପ୍ରକାଶ ପାଇଛି। ଆଉ ରାଜ୍ୟରେ(ଓଡି଼ଶା)ରେ ବିଜେପି ବହୁମତ ପାଇଛି। ଏନେଇ ରାଜ୍ୟରେ ବିଜେପି ସରକାର ଗଢିବ। ତେବେ, ଏହା ପୂର୍ବରୁ ମହଙ୍ଗା ହୋଇଛି ରାଜ୍ୟରେ ପେଟ୍ରୋଲ୍-ଡିଜେଲ୍ ଦର।  ଜୁନ୍ ୭ ତାରିଖ ତଥା ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ ସ୍ଥିରତା ଦେଖିବାକୁ ମିଳିଛି। କିନ୍ତୁ, ଶୁକ୍ରବାର ଦିନ ଦେଶର ପ୍ରମୁଖ ସହର ଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦର ଲୋକଙ୍କ ଚିନ୍ତା ବଢାଇଛି।  କିଛି ସ୍ଥାନରେ ଦରରେ ପରିବର୍ତ୍ତନ ହୋଇଥିବା ବେଳେ ଆଉ କିଛି ସ୍ଥାନରେ ଦର ସ୍ଥିର ରହିଛି। ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ?

ଓଡ଼ିଶାରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ପିଛା  ୧୦୧ ଟଙ୍କା ୦୬ ପଇସା ରହିଛି । ସେହିପରି ଡିଜେଲ (୧ ଲିଟର) ୯୨ ଟଙ୍କା ୬୪ ପଇସା ରହିଛି।  ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ(୧ ଲିଟର) ୯୪.୭୨ ରହିଥିବା ବେଳେ ଡିଜେଲ (୧ ଲିଟର) ୮୭.୬୨ ରହିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୪.୨୧ ରହିଥିବା ବେଳେ ଡିଜେଲ(୧ ଲିଟର) ୯୨.୧୫ ରହିଛି। ସେପଟେ, ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୦ . ୭୫ ରହିଥିବା ବେଳେ ଡିଜେଲ (୧ ଲିଟର) ୯୨.୩୪ ରହିଛି। କୋଲକାତାରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୩.୯୪ ରହିଥିବା ବେଳେ ଡିଜେଲ (୧ ଲିଟର) ୯୦.୭୬ ରହିଛି।

ଏମିତି ଭାବେ ପ୍ରତ୍ୟେକ ଦିନ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଯାଞ୍ଚ କରିପାରିବେ:

ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ ଟାରେ ବଦଳିଥାଏ (Today Petrol Diesel Price)। ସକାଳ ୬ ଟାରୁ ନୂତନ ଦର କାର୍ଯ୍ୟକାରୀ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ, ଭାଟ୍ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ମୂଳ ମୂଲ୍ୟଠାରୁ ଦ୍ୱିଗୁଣିତ ହୁଏ। ଏହି କାରଣରୁ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଏତେ ଅଧିକ ଦେଖାଯାଏ।

ଆପଣ ଘରେ ବସି ଏପରି ଯାଞ୍ଚ କରିପାରିବେ ମୂଲ୍ୟ:

ଆପଣ ନିଜ ସହରରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ସହଜରେ ଜାଣିପାରିବେ। ଏଥିପାଇଁ ତୌଳ ମାର୍କେଟିଂ କମ୍ପାନୀଗୁଡିକର ୱେବସାଇଟକୁ ଯିବାକୁ କିମ୍ବା ଏକ SMS ପଠାଇବାକୁ ପଡିବ। ଯଦି ଆପଣ ଜଣେ ଇଣ୍ଡିଆନ ଅଏଲ୍ ଗ୍ରାହକ ତେବେ ଆପଣ RSP ସହିତ 9224992249 ନମ୍ବରକୁ SMS ପଠାଇ ପାରିବେ ଏବଂ ଯଦି ଆପଣ ଜଣେ BPCL ଗ୍ରାହକ ତେବେ ଆପଣ RSP ଲେଖି 9223112222 ନମ୍ବରକୁ SMS ପଠାଇ ପାରିବେ । ଏହାପରେ ଆପଣଙ୍କୁ SMS ମାଧ୍ୟମରେ ଦର ବିଷୟରେ ସୂଚନା ମିଳିଯିବ।