Advertisement
Article Detail0/zeeodisha/odisha2285102
Zee OdishaOdisha TrendingPetrol Diesel Price Today: ରାଜ୍ୟରେ ନୂଆ ସରକାର ଆସିବା ପୂର୍ବରୁ ତୈଳ ଦରରେ ପରିବର୍ତ୍ତନ, ଭୁବନେଶ୍ବରରେ ଶସ୍ତା ହେଲା ପେଟ୍ରୋଲ- ଡିଜେଲ

Petrol Diesel Price Today: ରାଜ୍ୟରେ ନୂଆ ସରକାର ଆସିବା ପୂର୍ବରୁ ତୈଳ ଦରରେ ପରିବର୍ତ୍ତନ, ଭୁବନେଶ୍ବରରେ ଶସ୍ତା ହେଲା ପେଟ୍ରୋଲ- ଡିଜେଲ

Petrol Diesel Price Today: ଆସନ୍ତାକାଲି ଓଡି଼ଶାରେ ସରକାର ଗଢିବାକୁ ଯାଉଛି ବିଜେପି। ତେବେ, ନୂଆ ସରକାର ଗଢିବା ପୂର୍ବରୁ ରାଜ୍ୟବାସୀଙ୍କୁ ଏକ ପ୍ରକାର ଭେଟି ଦେଇଛି ଦଳ। ତୈଳ ଦରରେ ଆଜି ପରିବର୍ତ୍ତନ ଦେଖିବାକୁ ମିଳିଛି। ଜୁନ୍ ୯ ତାରିଖ ତଥା ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି।

Petrol Diesel Price Today: ରାଜ୍ୟରେ ନୂଆ ସରକାର ଆସିବା ପୂର୍ବରୁ ତୈଳ ଦରରେ ପରିବର୍ତ୍ତନ, ଭୁବନେଶ୍ବରରେ ଶସ୍ତା ହେଲା ପେଟ୍ରୋଲ- ଡିଜେଲ

Petrol Diesel Price Today: ଆସନ୍ତାକାଲି ଓଡି଼ଶାରେ ସରକାର ଗଢିବାକୁ ଯାଉଛି ବିଜେପି। ତେବେ, ନୂଆ ସରକାର ଗଢିବା ପୂର୍ବରୁ ରାଜ୍ୟବାସୀଙ୍କୁ ଏକ ପ୍ରକାର ଭେଟି ଦେଇଛି ଦଳ। ତୈଳ ଦରରେ ଆଜି ପରିବର୍ତ୍ତନ ଦେଖିବାକୁ ମିଳିଛି। ଜୁନ୍ ୯ ତାରିଖ ତଥା ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ ସ୍ଥିରତା ଦେଖିବାକୁ ମିଳିଛି। କିନ୍ତୁ, ରବିବାର ଦିନ ଦେଶର ପ୍ରମୁଖ ସହର ଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ହ୍ରାସ ପାଇଛି। କିଛି ସ୍ଥାନରେ ଦରରେ ପରିବର୍ତ୍ତନ ହୋଇଥିବା ବେଳେ ଆଉ କିଛି ସ୍ଥାନରେ ଦର ସ୍ଥିର ରହିଥିବା ଦେଖିବାକୁ ମିଳିଛି। ତେବେ, ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ?

ALSO READ: Today Horoscope: ଆଜି କେବଳ ଏହି ତିନୋଟି ରାଶିରେ ଘାତଚନ୍ଦ୍ର ଯୋଗ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ରବିବାର?

ଓଡ଼ିଶାରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ପିଛା  ୧୦୦ ଟଙ୍କା ୮୯ ପଇସା ରହିଛି । ସେହିପରି ଡିଜେଲ (୧ ଲିଟର) ୯୨ ଟଙ୍କା ୪୭ ପଇସା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହୁଁଛୁ ଯେ, ଆଜି ଓଡିଶାରେ ପେଟ୍ରୋଲ୍  ଓ ଡିଜେଲ୍ ଲିଟର ପିଛା ୮ ପଇସା ହ୍ରାସ ହୋଇଛି।   ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ(୧ ଲିଟର) ୯୪.୭୨ ରହିଥିବା ବେଳେ ଡିଜେଲ (୧ ଲିଟର) ୮୭.୬୨ ରହିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୪.୨୧ ରହିଥିବା ବେଳେ ଡିଜେଲ(୧ ଲିଟର) ୯୨.୧୫ ରହିଛି। ସେପଟେ, ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୦ . ୭୫ ରହିଥିବା ବେଳେ ଡିଜେଲ (୧ ଲିଟର) ୯୨.୩୪ ରହିଛି। କୋଲକାତାରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୩.୯୪ ରହିଥିବା ବେଳେ ଡିଜେଲ (୧ ଲିଟର) ୯୦.୭୬ ରହିଛି।

Add Zee News as a Preferred Source

ଏମିତି ଭାବେ ପ୍ରତ୍ୟକ ଦିନ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଯାଞ୍ଚ କରିପାରିବେ:
ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ ଟାରେ ବଦଳିଥାଏ (Today Petrol Diesel Price)। ସକାଳ ୬ ଟାରୁ ନୂତନ ଦର କାର୍ଯ୍ୟକାରୀ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ, ଭାଟ୍ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ମୂଳ ମୂଲ୍ୟଠାରୁ ଦ୍ୱିଗୁଣିତ ହୁଏ। ଏହି କାରଣରୁ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଏତେ ଅଧିକ ଦେଖାଯାଏ।

ଆପଣ ଘରେ ବସି ଏପରି ଯାଞ୍ଚ କରିପାରିବେ ମୂଲ୍ୟ:
ଆପଣ ନିଜ ସହରରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ସହଜରେ ଜାଣିପାରିବେ। ଏଥିପାଇଁ ତୌଳ ମାର୍କେଟିଂ କମ୍ପାନୀଗୁଡିକର ୱେବସାଇଟକୁ ଯିବାକୁ କିମ୍ବା ଏକ SMS ପଠାଇବାକୁ ପଡିବ। ଯଦି ଆପଣ ଜଣେ ଇଣ୍ଡିଆନ ଅଏଲ୍ ଗ୍ରାହକ ତେବେ ଆପଣ RSP ସହିତ 9224992249 ନମ୍ବରକୁ SMS ପଠାଇ ପାରିବେ ଏବଂ ଯଦି ଆପଣ ଜଣେ BPCL ଗ୍ରାହକ ତେବେ ଆପଣ RSP ଲେଖି 9223112222 ନମ୍ବରକୁ SMS ପଠାଇ ପାରିବେ । ଏହାପରେ ଆପଣଙ୍କୁ SMS ମାଧ୍ୟମରେ ଦର ବିଷୟରେ ସୂଚନା ମିଳିଯିବ।

About the Author