Petrol Diesel Price Today: ଭୁବନେଶ୍ବରରେ ବଢିଲା ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ ଲିଟର ପିଛା କେତେ ରହିଛି ରେଟ୍?
Advertisement
Article Detail0/zeeodisha/odisha2272926

Petrol Diesel Price Today: ଭୁବନେଶ୍ବରରେ ବଢିଲା ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ ଲିଟର ପିଛା କେତେ ରହିଛି ରେଟ୍?

Petrol Diesel Price Today: ଜୁନ୍ ୧ ତାରିଖ ତଥା ଆଜି ସାରା ଦେଶର ପେଟ୍ରୋଲ ଡିଜେଲ ମୂଲ୍ୟ ପ୍ରକାଶ ପାଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ ବୃଦ୍ଧି ଦେଖିବାକୁ ମିଳିଛି। ଅଶୋଧିତ ତୈଳର ଆନ୍ତର୍ଜାତୀୟ ମୂଲ୍ୟ ଅନୁଯାୟୀ ଭାରତରେ ଇନ୍ଧନର ମୂଲ୍ୟ ବଢ଼ିଥିବା ଦେଖିବାକୁ ମିଳିଛି। ଶନିବାର ଦିନ ଦେଶର ପ୍ରମୁଖ ସହର ଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଲୋକମାନଙ୍କ ଚିନ୍ତା ବଢ଼ାଇ ଦେଇଛି। 

 Petrol Diesel Price Today: ଭୁବନେଶ୍ବରରେ ବଢିଲା ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ ଲିଟର ପିଛା କେତେ ରହିଛି ରେଟ୍?

Petrol Diesel Price Today: ତୈଳ ଦର ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି। ଯାହା ସାଧାରଣ ଖାଉଟିଙ୍କ ପାଇଁ ଚିନ୍ତା ବଢାଇଛି। ଜୁନ୍ ୧ ତାରିଖ ତଥା ଆଜି ସାରା ଦେଶର ପେଟ୍ରୋଲ ଡିଜେଲ ମୂଲ୍ୟ ପ୍ରକାଶ ପାଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ ବୃଦ୍ଧି ଦେଖିବାକୁ ମିଳିଛି। ଅଶୋଧିତ ତୈଳର ଆନ୍ତର୍ଜାତୀୟ ମୂଲ୍ୟ ଅନୁଯାୟୀ ଭାରତରେ ଇନ୍ଧନର ମୂଲ୍ୟ ବଢ଼ିଥିବା ଦେଖିବାକୁ ମିଳିଛି। ଶନିବାର ଦିନ ଦେଶର ପ୍ରମୁଖ ସହର ଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଲୋକମାନଙ୍କ ଚିନ୍ତା ବଢ଼ାଇ ଦେଇଛି। ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ପେଟ୍ରୋଲ-ଡିଜେଲ ଦର।

ALSO READ: Gajlaxmi Rajyog 2024: ୧୨ ବର୍ଷ ପରେ ଗଜଲକ୍ଷ୍ମୀ ରାଜଯୋଗ, ବଦଳିବ ଏହି ସବୁ ରାଶିଙ୍କ ଭାଗ୍ୟ, ଲକ୍ଷ୍ମୀଙ୍କ କୃପାରୁ ବର୍ଷିବ ଧନ!

ଓଡ଼ିଶାରେ ଆଜି ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୧.୦୬ ରହି ଥିବା ବେଳେ ଡିଜେଲ (୧ ଲିଟର) ୯୨.୬୪ ରହିଛି। ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ପେଟ୍ରୋଲ୍ ଓ ଡିଜେଲରେ ଲିଟର ପିଛା ୧୭ ପଇସା ବୃଦ୍ଧି ପାଇଛି। ସେହିପରି,ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ(୧ ଲିଟର) ୯୬.୭୨ ରହିଥିବା ବେଳେ ଡିଜେଲ(୧ ଲିଟର) ୯୦.୦୮ ରହିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୬.୩୧ ରହିଥିବା ବେଳେ ଡିଜେଲ(୧ ଲିଟର) ୯୪.୨୭ ରହିଛି। ସେପଟେ  ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୨.୭୪ ରହିଥିବା ବେଳେ ଡିଜେଲ(୧ ଲିଟର) ୯୪.୩୩ ରହିଛି। କୋଲକାତାରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୬.୦୩ ରହିଥିବା ବେଳେ ଡିଜେଲ (୧ ଲିଟର) ୯୨.୭୬ ରହିଛି।

ଏମିତି ଭାବେ ପ୍ରତ୍ୟକ ଦିନ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଯାଞ୍ଚ କରିପାରିବେ:
ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ ଟାରେ ବଦଳିଥାଏ (Today Petrol Diesel Price)। ସକାଳ ୬ ଟାରୁ ନୂତନ ଦର କାର୍ଯ୍ୟକାରୀ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ, ଭାଟ୍ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ମୂଳ ମୂଲ୍ୟଠାରୁ ଦ୍ୱିଗୁଣିତ ହୁଏ। ଏହି କାରଣରୁ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଏତେ ଅଧିକ ଦେଖାଯାଏ।

ଆପଣ ଘରେ ବସି ଏପରି ଯାଞ୍ଚ କରିପାରିବେ ମୂଲ୍ୟ:
ଆପଣ ନିଜ ସହରରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ସହଜରେ ଜାଣିପାରିବେ। ଏଥିପାଇଁ ତୌଳ ମାର୍କେଟିଂ କମ୍ପାନୀଗୁଡିକର ୱେବସାଇଟକୁ ଯିବାକୁ କିମ୍ବା ଏକ SMS ପଠାଇବାକୁ ପଡିବ। ଯଦି ଆପଣ ଜଣେ ଇଣ୍ଡିଆନ ଅଏଲ୍ ଗ୍ରାହକ ତେବେ ଆପଣ RSP ସହିତ 9224992249 ନମ୍ବରକୁ SMS ପଠାଇ ପାରିବେ ଏବଂ ଯଦି ଆପଣ ଜଣେ BPCL ଗ୍ରାହକ ତେବେ ଆପଣ RSP ଲେଖି 9223112222 ନମ୍ବରକୁ SMS ପଠାଇ ପାରିବେ । ଏହାପରେ ଆପଣଙ୍କୁ SMS ମାଧ୍ୟମରେ ଦର ବିଷୟରେ ସୂଚନା ମିଳିଯିବ।