Petrol Diesel Price Today: ଗ୍ରାହକଙ୍କ ପାଇଁ ଖୁସି ଖବର, ଭୁବନେଶ୍ୱରରେ ଖସିଲା ତେଲ ରେଟ୍
Advertisement
Article Detail0/zeeodisha/odisha2319027

Petrol Diesel Price Today: ଗ୍ରାହକଙ୍କ ପାଇଁ ଖୁସି ଖବର, ଭୁବନେଶ୍ୱରରେ ଖସିଲା ତେଲ ରେଟ୍

Petrol Diesel Price Today: ଦିନକୁ ଦିନ ତୈଳ ଦର ହୁ ହୁ ହୋଇ ବଢିବାରେ ଲାଗିଛି। ଯାହା ସାଧାରଣ ଖାଉଟିଙ୍କ ପାଇଁ ଚିନ୍ତା ବଢାଇଛି। ଆଜି (ଜୁଲାଇ ୩) ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି। ରାଜ୍ୟରେ ଖସିଛି ତେଲ ଦର। ତେବେ, ଆସନ୍ତୁ ଜାଣିବା ଲିଟର ପିଛା କେତେ ଟଙ୍କା ହ୍ରାସ ପାଇଛି...

 Petrol Diesel Price Today: ଗ୍ରାହକଙ୍କ ପାଇଁ ଖୁସି ଖବର, ଭୁବନେଶ୍ୱରରେ ଖସିଲା ତେଲ ରେଟ୍

Petrol Diesel Price Today: ଦିନକୁ ଦିନ ତୈଳ ଦର ହୁ ହୁ ହୋଇ ବଢିବାରେ ଲାଗିଛି। ଯାହା ସାଧାରଣ ଖାଉଟିଙ୍କ ପାଇଁ ଚିନ୍ତା ବଢାଇଛି। ଆଜି (ଜୁଲାଇ ୩) ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ ସ୍ଥିରତା ଦେଖିବାକୁ ମିଳିଛି। କିନ୍ତୁ, ବୁଧବାର ଦିନ ଦେଶର ପ୍ରମୁଖ ସହର ଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦର ଲୋକଙ୍କ ଚିନ୍ତା ବଢାଇଛି।  କିଛି ସ୍ଥାନରେ ଦରରେ ପରିବର୍ତ୍ତନ ହୋଇଥିବା ବେଳେ ଆଉ କିଛି ସ୍ଥାନରେ ଦର ସ୍ଥିର ରହିଛି। ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ?

ALSO READ: Venus Transit 2024: ଏହି ସବୁ ରାଶିଙ୍କ ଭାଗ୍ୟ ବଦଳାଇବେ ଶୁକ୍ର, ରହିଛି ଧନଲାଭର ଯୋଗ ସହ କ୍ୟାରିୟରକୁ ନେଇ ମିଳିପାରେ ଖୁସି ଖବର!

ଓଡ଼ିଶାରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୦.୮୯ ରହି ଥିବା ବେଳେ ଡିଜେଲ୍ (୧ ଲିଟର) ର ଦାମ୍ ୯୨.୪୭ ରହିଛି। ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ପେଟ୍ରୋଲ୍ ରେ ଲିଟର ପିଛା ୪୫  ଓ ଡିଜେଲ୍ ଲିଟର ପିଛା ୪୪ ପଇସା ହ୍ରାସ ପାଇଛି। ସେହିପରି,ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ(୧ ଲିଟର) ୯୬.୭୨ ରହିଥିବା ବେଳେ ଡିଜେଲ(୧ ଲିଟର) ୯୦.୦୮ ରହିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୬.୩୧ ରହିଥିବା ବେଳେ ଡିଜେଲ(୧ ଲିଟର) ୯୪.୨୭ ରହିଛି। ସେପଟେ  ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୨.୭୪ ରହିଥିବା ବେଳେ ଡିଜେଲ(୧ ଲିଟର) ୯୪.୩୩ ରହିଛି। କୋଲକାତାରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୬.୦୩ ରହିଥିବା ବେଳେ ଡିଜେଲ (୧ ଲିଟର) ୯୨.୭୬ ରହିଛି।

ଏମିତି ଭାବେ ପ୍ରତ୍ୟକ ଦିନ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଯାଞ୍ଚ କରିପାରିବେ:
ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ ଟାରେ ବଦଳିଥାଏ (Today Petrol Diesel Price)। ସକାଳ ୬ ଟାରୁ ନୂତନ ଦର କାର୍ଯ୍ୟକାରୀ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ, ଭାଟ୍ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ମୂଳ ମୂଲ୍ୟଠାରୁ ଦ୍ୱିଗୁଣିତ ହୁଏ। ଏହି କାରଣରୁ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଏତେ ଅଧିକ ଦେଖାଯାଏ।

ଆପଣ ଘରେ ବସି ଏପରି ଯାଞ୍ଚ କରିପାରିବେ ମୂଲ୍ୟ:
ଆପଣ ନିଜ ସହରରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ସହଜରେ ଜାଣିପାରିବେ। ଏଥିପାଇଁ ତୌଳ ମାର୍କେଟିଂ କମ୍ପାନୀଗୁଡିକର ୱେବସାଇଟକୁ ଯିବାକୁ କିମ୍ବା ଏକ SMS ପଠାଇବାକୁ ପଡିବ। ଯଦି ଆପଣ ଜଣେ ଇଣ୍ଡିଆନ ଅଏଲ୍ ଗ୍ରାହକ ତେବେ ଆପଣ RSP ସହିତ 9224992249 ନମ୍ବରକୁ SMS ପଠାଇ ପାରିବେ ଏବଂ ଯଦି ଆପଣ ଜଣେ BPCL ଗ୍ରାହକ ତେବେ ଆପଣ RSP ଲେଖି 9223112222 ନମ୍ବରକୁ SMS ପଠାଇ ପାରିବେ । ଏହାପରେ ଆପଣଙ୍କୁ SMS ମାଧ୍ୟମରେ ଦର ବିଷୟରେ ସୂଚନା ମିଳିଯିବ।