Advertisement
Photo Details/zeeodisha/odisha2408098
photoDetails0hindi

Gold Rate Today: ନୂଆ ସୁନା ଦର ଜାରି, ଜାଣନ୍ତୁ ଭୁବନେଶ୍ବରରେ ଭରି ପିଛା କେତେ କମିଲା ରେଟ୍?

 
Gold Rate Today: ମାସେ ଶେଷରେ ଖସିଲା ସୁନା ରେଟ୍। ସୁନା ପ୍ରେମୀଙ୍କ ପାଇଁ ଏହା ବଡ଼଼ ଖବର ନିଶ୍ଚିତ। ଗତକାଲି ସୁନା ରେଟ୍ ଖସିଥିବା ବେଳେ ଆଜି ମଧ୍ୟ ଦରରେ ପରିବର୍ତ୍ତନ ଦେଖାଦେଇଛି । ଆଗକୁ ଆସୁଛି ପାର୍ବଣ , ଆଉ ତା ପୂର୍ବରୁ ସୁନା ଶସ୍ତା ହୋଇଛି। ଯାହା ଗ୍ରାହକଙ୍କୁ ସାମାନ୍ୟ ଆଶ୍ବସ୍ତି ଦେଇଛି। ଯଦି ଆପଣ ଆଜି ସୁନା କିଣିବା ପାଇଁ ଯୋଜନା କରିଛନ୍ତି । ତେବେ, ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ  କେତେ ରହିଛି ସୁନା ରେଟ୍।

1/5
ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୬,୯୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୩,୦୪୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ଆଜି ୧୦୦ ଓ ୧୧୦ ଟଙ୍କା ହ୍ରାସ ପାଇଛି।    ALSO READ: Petrol Diesel Price Today: ମାସ ଶେଷରେ ଗ୍ରାହକଙ୍କୁ ମିଳିଲା ଖୁସି ଖବର, ରାଜ୍ୟରେ ଖସିଲା ପେଟ୍ରୋଲ-ଡିଜେଲ୍ ଦର   ALSO READ:  Guru Vakri 2024: ବୃହସ୍ପତି ଚମକାଇବେ ଏହି ସବୁ ରାଶିଙ୍କ ଭାଗ୍ୟ, ମିଳିବ ନୂଆ ଚାକିରି ସାଙ୍ଗକୁ ଶୁଭଫଳ!

2/5
ସେହିପରି,  ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୭,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୩,୧୯୦ ଟଙ୍କା ରହିଛି। ଏଠାରେ ମଧ୍ୟ ୨୨ କ୍ୟାରେଟ୍ ରେ ୧୦୦ ଓ ୨୪ କ୍ୟାରେଟ୍ ରେ ୧୧୦ ଟଙ୍କା କମିଛି।

3/5
ମାୟା ନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୬,୯୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୩,୦୪୦ ଟଙ୍କା ରହିଛି। ଏଠାରେ ୨୨ ଓ ୨୪ କ୍ୟାରେଟ୍ ରେ ୧୦୦ ଓ ୧୧୦ ଟଙ୍କା ହ୍ରାସ ପାଇଛି। 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୬,୯୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୩,୦୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦୦ ଓ ୧୧୦ ଟଙ୍କା ହ୍ରାସ ପାଇଛି। 

5/5
ସେହିପରି, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୬,୯୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୩,୦୪୦ ଟଙ୍କା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହିଁବୁ ଯେ, ୨୨ କ୍ୟାରେଟ୍ ରେ ୧୦୦ ଓ ୨୪ କ୍ୟାରେଟ୍ ରେ ୧୧୦ ଟଙ୍କା କମିଛି।