Gold Rate Today: ଲଗାତାର ତୃତୀୟ ଦିନରେ ବଢିଲା ସୁନା ରେଟ୍, ଜାଣନ୍ତୁ ଭୁବନେଶ୍ବରରେ ଭରି ପିଛା କେତେ ରହିଛି ମୂଲ୍ୟ?
Gold Rate Today: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ପୁଣି ବୃଦ୍ଧି ପାଇଲା ସୁନା ରେଟ୍। ଗତ ଦୁଇ ଦିନ ହେବ ଦର ଆକାଶ ଛୁଆଁ ହେବାର ଲାଗିଛି। ଆଜି ମଧ୍ୟ ଦରରେ ପରିବର୍ତ୍ତନ ହୋଇଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରିଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର...
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୮୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦୦ ଓ ୧୧୦ ଟଙ୍କା ବୃଦ୍ଧି ପାଇଛି।
ALSO READ: Today Horoscope: ଏହିସବୁ ରାଶିଙ୍କ ପାଇଁ ଆଜି ବଢିପାରେ ସମସ୍ୟା, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର?
ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୦୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦୦ ଓ ୧୧୦ ଟଙ୍କା ବଢିଛି।
ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୮୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୦୦ ଓ ୧୧୦ ଟଙ୍କା ବୃଦ୍ଧି ପାଇଛି।
ଅନ୍ୟପଟେ, ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୮୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୯୦ ଓ ୧୧୦ ଟଙ୍କା ବଢିଛି।
ସବୁଠାରୁ ବଡ଼ କଥା ହେଲା ଯେ, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ମଧ୍ୟ ସୁନା ରେଟ୍ ରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୧,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୮୯୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୫୮,୪୨୦ ଟଙ୍କା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହିଁବୁ ଯେ, ୨୨ କ୍ୟାରେଟ୍ ରେ ୧୦୦, ୨୪ କ୍ୟାରେଟ୍ ରେ ୧୧୦ ଓ ୧୮ କ୍ୟାରେଟ୍ ରେ ୮୦ ଟଙ୍କା ବୃଦ୍ଧି ପାଇଛି।