Advertisement
Photo Details/zeeodisha/odisha2480073
photoDetails0hindi

Today Petrol Diesel Price: ଜାରିହେଲା ନୂତନ ତୈଳଦର, ପେଟ୍ରୋଲ ଭରିବା ଆଗରୁ ଜାଣି ନିଅନ୍ତୁ ଆଜିର ମୂଲ୍ୟ

ନୂଆଦିଲ୍ଲୀ: ଆଜି ରବିବାର ଅକ୍ଟୋବର ମାସ ୨୦ ତାରିଖରେ ପ୍ରତିଦିନ ଭଳି ଆଜି ମଧ୍ୟ ନୂଆ ତୈଳଦର ଜାରି ହୋଇଛି। ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ନୂତନ ମୂଲ୍ୟ ପ୍ରକାଶ ପାଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ। ଅଶୋଧିତ ତୈଳର ଆନ୍ତର୍ଜାତୀୟ ମୂଲ୍ୟ ଅନୁଯାୟୀ ଭାରତରେ ଇନ୍ଧନ ମୂଲ୍ୟ ସ୍ଥିର ହୋଇଛି। ଦେଶର କିଛି ସ

1/4

Petrol Diesel Price: ନୂଆଦିଲ୍ଲୀ: ଆଜି ରବିବାର ଅକ୍ଟୋବର ମାସ ୨୦ ତାରିଖରେ ପ୍ରତିଦିନ ଭଳି ଆଜି ମଧ୍ୟ ନୂଆ ତୈଳଦର ଜାରି ହୋଇଛି। ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ନୂତନ ମୂଲ୍ୟ ପ୍ରକାଶ ପାଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ। ଅଶୋଧିତ ତୈଳର ଆନ୍ତର୍ଜାତୀୟ ମୂଲ୍ୟ ଅନୁଯାୟୀ ଭାରତରେ ଇନ୍ଧନ ମୂଲ୍ୟ ସ୍ଥିର ହୋଇଛି। ଦେଶର କିଛି ସ୍ଥାନରେ ତୈଳ ଦର ସ୍ଥିର ରହିଥିବା ବେଳେ ଅନ୍ୟ କିଛି ସ୍ଥାନରେ ତୈଳଦରରେ ପରିବର୍ତ୍ତନ ହୋଇଛି। ଭୁବନେଶ୍ୱର ପେଟ୍ରୋଲ ଦରରେ ମଧ୍ୟ ନୂଆ ଦର ଜାରି ହୋଇଛି। ସେହିପରି ଦେଶ ଅନ୍ୟ କିଛି ସ୍ଥାନରେ ଦର ଖସି ଥିବା ବେଳେ ଆଉ କିଛି ସ୍ଥାନରେ ଦର ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି। ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ?

2/4

ସପ୍ତାହ ଶେଷରେ ଭୁବନେଶ୍ୱରରେ ଆଜି ତୈଳଦରରେ କୌଣସି ପରିବର୍ତ୍ତନ ହୋଇନାହିଁ। ଉଭୟ ପେଟ୍ରୋଲ ଓ ଡିଜେଲ ଲିଟର ପିଛା ଦର ସ୍ଥିର ରହିଛି। ଫଳରେ ଶନିବାର ଭଳି ରବିବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୦୧.୫୦ ଟଙ୍କାରେ କାରବାର କରୁଛି। ସେହିପରି ଦିଲ୍ଲୀରେ ପେଟ୍ରୋଲ ଦର ସ୍ଥିର ରହିଛି। ଦିଲ୍ଲୀରେ ଲିଟର ପିଛା ୯୪.୭୨, କୋଲକାତାରେ ୧୦୪.୯୫ ଟଙ୍କା, ମୁମ୍ବାଇରେ ୧୦୩.୪୪ ଓ ଚେନ୍ନାଇରେ ୧୦୦.୭୫ ଟଙ୍କାରେ କାରବାର କରୁଛି। ସେହିପରି ଭୁବନେଶ୍ୱରରେ ଡିଜେଲ ଦର ମଧ୍ୟ ସ୍ଥିର ରହିଛି। ରବିବାର ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୯୩.୦୬ ଟଙ୍କାରେ କାରବାର କରୁଛି। ସେହିପରି ନୂଆଦିଲ୍ଲୀରେ ୮୭.୬୨ ଟଙ୍କା, କୋଲକାତାରେ ୯୧.୭୬ ଟଙ୍କା, ମୁମ୍ବାଇ ୮୯.୯୭ ଟଙ୍କା, ଚେନ୍ନାଇ ୯୨.୩୪ କାରବାର କରୁଥିବା ଦେଖିବାକୁ ମିଳିଛି।  

3/4

ଏମିତି ଭାବେ ପ୍ରତ୍ୟେକ ଦିନ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଯାଞ୍ଚ କରିପାରିବେ: ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ଟାରେ ବଦଳିଥାଏ (Today Petrol Diesel Price)। ସକାଳ ୬ ଟାରୁ ନୂତନ ଦର କାର୍ଯ୍ୟକାରୀ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ, ଭାଟ୍ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ମୂଳ ମୂଲ୍ୟଠାରୁ ଦ୍ୱିଗୁଣିତ ହୁଏ। ଏହି କାରଣରୁ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଏତେ ଅଧିକ ଦେଖାଯାଏ।

4/4