Odisha Panipaga Report: ଦୁର୍ଗାପୂଜା ସରିଲା ହେଲେ ରାଜ୍ୟର ପିଛା ଛାଡୁନି ବର୍ଷା । ଏବେ ବି ଅନେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ, ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ଆଉ ପାଣିପାଗ ବିଭାଗର ସତର୍କତା ଅନୁଯାୟୀ, ଅକ୍ଟୋବର ୧୨ ତାରିଖ ଯାଏଁ ପାଗ ଏହିପରି ରହିବ ।
)
ଅକ୍ଟୋବର ୬ ତାରିଖ ଅର୍ଥାତ୍ ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
Also Read: Kidney Failure Symptoms: କିଡନୀ ଫେଲୁଅର ହେବାର ୭ ପ୍ରାରମ୍ଭିକ ଲକ୍ଷଣ, ଦେଖାଦେଉଥିଲେ କରନ୍ତୁନି ଅଣଦେଖା
Also Read: Rani Panda: ବିକ୍ରମଙ୍କୁ ଭୁଲି କାହାକୁ ନିଜର ଜୀବନସାଥୀ ବାଛିଲେ ଅଭିନେତ୍ରୀ ରାଣୀ ପଣ୍ଡା...ଦେଖନ୍ତୁ ଫଟୋ
)
ସେହିପରି ଅକ୍ଟୋବର ୭ ତାରିଖ ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
)
୮ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଉଛି।
)
ଅନ୍ୟପଟେ ଅକ୍ଟୋବର ୯ ତାରିଖ ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
)
ଅକ୍ଟୋବର ୧୦,୧୧ ଓ ୧୨ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
ट्रेन्डिंग फोटोज़