Odisha News: ଆସୁଛନ୍ତି ପ୍ରଧାନମନ୍ତ୍ରୀ, ସ୍ଥିତି ପରଖିଲେ ଆଇନ ମନ୍ତ୍ରୀ
Advertisement
Article Detail0/zeeodisha/odisha2530794

Odisha News: ଆସୁଛନ୍ତି ପ୍ରଧାନମନ୍ତ୍ରୀ, ସ୍ଥିତି ପରଖିଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ହେବାକୁ ଥିବା ୩ ଦିନିଆ ପୁଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କ ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଥିପାଇଁ ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି, ଡିଜିପି ସମ୍ମିଳନୀରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା

Odisha News: ଆସୁଛନ୍ତି ପ୍ରଧାନମନ୍ତ୍ରୀ, ସ୍ଥିତି ପରଖିଲେ ଆଇନ ମନ୍ତ୍ରୀ

Odisha News: ଭୁବନେଶ୍ୱର: ଓଡ଼ିଶାରେ ହେବାକୁ ଥିବା ୩ ଦିନିଆ ପୁଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କ ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଥିପାଇଁ ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି, ଡିଜିପି ସମ୍ମିଳନୀରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ ତାରିଖରେ ଓଡ଼ିଶା ଆସିବେ। ସେ ୩୦ ଓ ଡିସେମ୍ବର ୧ ତାରିଖରେ ଡିଜିପି ସମ୍ମିଳନୀରେ ଭାଗ ନେବେ।

 

ଶ୍ରୀ ହରିଚନ୍ଦନ ଏଥିପାଇଁ ଆଜି ସୁରକ୍ଷା ବ୍ୟବସ୍ଥାକୁ ଯାଞ୍ଚ କରିଛନ୍ତି। ସେ କହିଛନ୍ତି, ୨୯ ତାରିଖରେ ମୋଦି ଓଡିଶା ଆସିବେ ।  ଆସନ୍ତା ନଭେମ୍ବର ୨୯ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ଆୟୋଜିତ ହେବାକୁ ଯାଉଥିବା ଡିଜି ଓ ଆଇଜି ସମ୍ମିଳନୀ ପାଇଁ ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ମାନନୀୟ ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ପରିପ୍ରେକ୍ଷୀରେ ଗତକାଲି ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷକୁ ଯାଇ ସଭାସ୍ଥଳ ପରିଦର୍ଶନ କରିବା ସହ ସୁରକ୍ଷା ବ୍ୟବସ୍ଥା, ଗମନାଗମନ ବ୍ୟବସ୍ଥା ଆଦି ସମ୍ପର୍କରେ ପୋଲିସ କମିଶନର ,ଡେପୁଟି କମିଶନର ଅଫ୍ ପୋଲିସ୍ ,ଅତିରିକ୍ତ କମିଶନର ପୋଲିସ୍ ଓ ପୂର୍ତ୍ତ ବିଭାଗର ଅନ୍ୟ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚ଼ନା କରିଥିଲି ବୋଲି ସୋସିଆଲ ମିଡ଼ିଆ ପ୍ଲାଟଫର୍ମରେ ଉଲ୍ଲେଖ କରିଛନ୍ତି।