School vehicle safety checking ଭୁବନେଶ୍ୱର: ଏଣିକି ସ୍କୁଲ ପିଲାଙ୍କୁ ନେବା ଆଣିବା କରୁଥିବା ଗାଡ଼ି ଗୁଡ଼ିକର ହେବ ଅଗ୍ନି ନିରାପତା ଯାଞ୍ଚ। ଏନେଇ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି। ହାସହ ସ୍କୁଲ ବସ ଚଳାଉଥିବା ସମସ୍ତ ବସ୍ ମାଲିକ ଓ ସ୍କୁଲଗୁଡିକୁ ନିୟମ କଡ଼ାକଡ଼ି ପାଳନ କରିବାକୁ ରାଜ୍ୟ ସରକାରଙ୍କ ତରଫରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ନିୟମ ମୁତାବକ ସ୍କୁଲ ବସ୍ ଗୁଡିକର ଅଗ୍ନି ନିରାପତ୍ତା ନିୟମିତ ଯାଂଚ କରାଯିବ। ଯଦି କୌଣସି ବସ୍ ମାଲିକ ଏନେଇ ନିୟମର ଉଲଙ୍ଘନ କରନ୍ତି ତେବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ ରାଜ୍ୟ ପରିବହନ କମିସନର ସମସ୍ତ ଆରଟିଓଙ୍କୁ ଚିଠି ଲେଖିଛନ୍ତି।


COMMERCIAL BREAK
SCROLL TO CONTINUE READING

ସ୍କୁଲ ବସରେ ଅଗ୍ନି ନିରାପତ୍ତା ନିୟମ ପାଳନକୁ କଡ଼ାକଡ଼ି କରାଯିବ। ଏହାକୁ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। କେନ୍ଦ୍ରୀୟ ମୋଟର ଯାନ ନିୟମ ୧୯୮୯ର ଧାରା ୧୨୫ ସି ଅନୁଯାୟୀ ସମସ୍ତ ସ୍କୁଲ ବସରେ ଅଗ୍ନି ନିରାପତ୍ତା ବ୍ୟବସ୍ଥଆର ସଠିକ ଅନୁପାଳନ ହେବା ଅନୁବାର୍ଯ୍ୟ। ଖିଲାପକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରାଜ୍ୟ ପରିବହନ କମିଶନର ଅମିତାଭ ଠାକୁର ସୂଚନା ଦେଇଛନ୍ତି।