Subhadra yojana: ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ମିଳିବା ନେଇ ତାରିଖ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଅକ୍ଟୋବର ୯ରେ ମିଳିବା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ସୂଚନା ଦେଇଛନ୍ତି।


COMMERCIAL BREAK
SCROLL TO CONTINUE READING

 ଯେଉଁମାନଙ୍କୁ ପ୍ରଥମ ପର୍ଯ୍ୟାୟରେ ପ୍ରଥମ କିସ୍ତିର ୫ ହଜାର ଟଙ୍କା ମିଳି ନଥିଲା ତାହା ଦ୍ବିତୀୟ ପର୍ଯ୍ୟାୟରେ ହିତାଧିକାରୀଙ୍କୁ ଦିଆଯିବ। ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ଏହି ଟଙ୍କା ପ୍ରଦାନ କରିବେ। ସେପ୍ଟେମ୍ବର ୭ ତାରିଖ ଯାଏ ଆବେଦନ କରିଥିବା ମହିଳା ୯ରେ ଏହି ଟଙ୍କା ପାଇବେ। 
 



ସୁଭଦ୍ରା କୋଟିଏ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ୧ରୁ ସ୍ଲାବ ହୋଇ ପୁଣି ଲୋକଙ୍କୁ ଦିଆଯିବ। ଯେଉଁମାନେ ଆବେଦନ କରିଛନ୍ତି ସରକାର ସମସ୍ତଙ୍କର ଭେରିଫିକେସନ କରିବେ। ପ୍ରଥମ ଥରରେ ୨୫ ଲକ୍ଷ ୧୧ ହଜାର ଲୋକଙ୍କ ପାଖରେ ଆମେ ପହଞ୍ଚି ପାରିଛୁ। ଖୁବଶୀଘ୍ର କୋଟିଏ ଲୋକଙ୍କ ପାଖେ ପହଞ୍ଚିବୁ। ଗତ ୧୭ ତାରିଖ ଦିନ ସୁଭଦ୍ରା ଯୋଜନା ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେହିଦିନ ୨୫ଲକ୍ଷରୁ ଅଧିକ ମହିଳାଙ୍କୁ ପ୍ରଥମ କିସ୍ତି ଟଙ୍କା ମିଳିଥିଲା।