Birthday of President of India: ୬୬ ବର୍ଷରେ ପାଦ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
Advertisement
Article Detail0/zeeodisha/odisha2299930

Birthday of President of India: ୬୬ ବର୍ଷରେ ପାଦ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

Birthday of President of India: ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦେଶର ସର୍ବୋଚ୍ଚ ପଦବୀ ଅଳଙ୍କୃତ କରି ମାନ୍ୟବର ରାଷ୍ଟ୍ରପତି ମୁର୍ମୁ  ସେବା ଓ ସମର୍ପଣ ଭାବରେ  ଦେଶକୁ ପ୍ରେରଣା ଦେଇ ଚାଲିଛନ୍ତି। ଶ୍ରୀମତୀ ମୁର୍ମୁ ଓଡ଼ିଶାର ଗର୍ବ ଓ ଗୌରବ ବୋଲି ମତ ଦେବା ସହିତ ସେ ରାଷ୍ଟ୍ରପତିଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି।

Birthday of President of India: ୬୬ ବର୍ଷରେ ପାଦ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

Birthday of President of India: ଆଜି ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ। ୬୬ ବର୍ଷରେ ପାଦ ଥାପିଛନ୍ତି ଦେଶର ପ୍ରଥମ ନାଗରିକ ତଥା ଆମର ପ୍ରିୟ ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ଏହି ଅବସରରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦେଶର ସର୍ବୋଚ୍ଚ ପଦବୀ ଅଳଙ୍କୃତ କରି ମାନ୍ୟବର ରାଷ୍ଟ୍ରପତି ମୁର୍ମୁ  ସେବା ଓ ସମର୍ପଣ ଭାବରେ  ଦେଶକୁ ପ୍ରେରଣା ଦେଇ ଚାଲିଛନ୍ତି। ଶ୍ରୀମତୀ ମୁର୍ମୁ ଓଡ଼ିଶାର ଗର୍ବ ଓ ଗୌରବ ବୋଲି ମତ ଦେବା ସହିତ ସେ ରାଷ୍ଟ୍ରପତିଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି।

୧୯୫୮ ମସିହା ଆଜିର ଦିନରେ ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାର ଉପରବେଡା ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ମ୍ୟାଡାମ୍ ପ୍ରେସିଡେଣ୍ଟ। ଦ୍ରୌପଦୀ ମୁର୍ମୁ ୨୦୧୫ରୁ ୨୦୨୧ ପର୍ଯ୍ୟନ୍ତ ଝାଡଖଣ୍ଡର ରାଜ୍ୟପାଳ ଭାବରେ କାର୍ଯ୍ୟ କରିଥିଲେ। ସେ ୨୦୦୦ ରୁ ୨୦୦୯ ପର୍ଯ୍ୟନ୍ତ ଓଡ଼ିଶା ବିଧାନସଭାର ସଦସ୍ୟ ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ଓଡ଼ିଶା କ୍ୟାବିନେଟରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ।