)
ଭୁବନେଶ୍ୱର: ରାଜ୍ୟର ୧୦୮ ପ୍ରକାରର ସାମାଜିକ ଓ ଅର୍ଥନୀତିକ ପଛୁଆ ଜାାତିଙ୍କୁ କେନ୍ଦ୍ର ସରକାରଙ୍କ ଓବିସିି ତାଲିକାରେ ଭର୍ତ୍ତି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଦିବାସୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଆଜି ଏକ ସ୍ୱତନ୍ତ୍ର ବୈଠକରେ ଆଦିବାସୀଙ୍କୁ ଦିଆଯାୁଥିବା ଜମି ପଟ୍ଟାକୁ ଓଡ଼ିଆ ଓ ଇଂରାଜୀ ଭାଷାରେ ଲେଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆଦିବାସୀ ଗ୍ରାମର ପୂଜକଙ୍କ ପାଇଁ ସ୍ୱତନ୍ତ୍ର ଭତ୍ତା ଘୋଷଣା କରିଥିବା ବେଳେ ମୁଖ୍ୟମନ୍ତ୍ରୀ ଆଜି ଅଧିକ ଜାତିଙ୍କୁ ଅନୁସୂଚିତ ଜାତି ବର୍ଗୀକୃତ କରିବା ଲାଗି ଅନୁଧ୍ୟାନ ପାଇୋ ଆଦେଶ ଦେଇଛନ୍ତି।
ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଜନଜାତି ଉପଦେଷ୍ଟା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଜନଜାତି ଉପଦେଷ୍ଟା ମଣ୍ଡଳୀର ୧୮ ଜଣ ସଦସ୍ୟ ଉପସ୍ଥିତ ଥିଲେ। ବୈଠକରେ ପ୍ରାରମ୍ଭିକ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ ରାଜ୍ୟରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଜନଜାତି କଲ୍ୟାଣ ପାଇଁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ସଂପର୍କରେ ଆଲୋକପାତ କରି କହିଥିଲେ ଯେ ଆମପାଇଁ ଜନଜାତି ସମ୍ପ୍ରଦାୟ କେବଳ ଯୋଜନାର ହିତାଧିକାରୀ ନୁହଁନ୍ତି, ସେମାନେ ଆମ ପ୍ରଗତିରେ ସହଭାଗୀ ମଧ୍ୟ। ଆଦିବାସୀ ମାନଙ୍କ ଜୀବନଜୀବିକା, ଅର୍ଥନୈତିକ ବିକାଶ ସହିତ ସେମାନଙ୍କ ଧାର୍ମିକ ଭାବନା ପ୍ରତି ମଧ୍ୟ ଆମକୁ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ବୈଠକରେ ମତ ଦେଇଥିଲେ। ଆଦିବାସୀ ଗ୍ରାମର ପୂଜକ ମାନଙ୍କ ପାଇଁ ଭତ୍ତା ବ୍ୟବସ୍ଥା କରିବା ଓ ସେମାନଙ୍କ ପୂଜାସ୍ଥଳୀ ଗୁଡିକର ବିକାଶ ଓ ସୁରକ୍ଷା ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପରିଷଦକୁ ପ୍ରସ୍ତାବ ଦେଇଥିଲେ। ସେ କହିଥିଲେ ଯେ ଏ ବିଷୟରେ ଅନୁଧ୍ୟାନ ଓ ଆଲୋଚନା କରି ନିର୍ଦ୍ଦିଷ୍ଟ ନିଷ୍ପତ୍ତି ନିଆଯିବ।
ଆଜିର ବୈଠକରେ ୪ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସ୍ୱୀକାର କରାଯାଇଛି। ଏଗୁଡ଼ିକ ହେଲା:
ସେହିଭଳି, ଆଭ୍ୟନ୍ତରୀଣ କମିଟି ମାଧ୍ୟମରେ ପେସା ଅଧିନିୟମର ଓଡ଼ିଶାଭିତ୍ତିକ ନିୟମାବଳୀକୁ ସଠିକ ଅନୁଧ୍ୟାନ କରି ପରବର୍ତ୍ତୀ ଜନଜାତି ଉପଦେଷ୍ଟା ପରିଷଦ ବୈଠକକୁ ସୁପାରିଶ କରିବାକୁ ନିଷ୍ପତ୍ତି ନିଆ ଯାଇଥିଲା। ଆହୁରି ମଧ୍ୟ ଏକାଦଶ ଓ ଦ୍ବାଦଶ ଶ୍ରେଣୀରେ ଏକଲବ୍ୟ ମଡେଲ ଆବାସିକ ସ୍କୁଲ ଗୁଡିକରେ ବିଜ୍ଞାନ ସହିତ କଳା ଓ ବାଣିଜ୍ୟ ବିଷୟ ରଖିବା ପାଇଁ ସୁପାରିଶ କରାଯାଇଛି।
ଏହି ବୈଠକରେ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, କେନ୍ଦୁଝର ସାଂସଦ ଅନନ୍ତ ନାୟକ, ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀଙ୍କ ସହିତ କମିଟିର ସଦସ୍ୟ ଓ ବିଧାୟକ ବୃନ୍ଦ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ରାଜସ୍ବ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ଆଇନ ବିଭାଗର ପ୍ରମୁଖ ଶାସନ ସଚିବ ଡଃ ପବିତ୍ର ମୋହନ ସାମଲ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର କମିଶନର-ତଥା-ଶାସନ ସଚିବ ବି. ପରମେଶ୍ୱରନ,ପଞ୍ଚାୟତିରାଜ ବିଭାଗ ର ଶାସନ ସଚିବ ଗୀରିଶ ଏସ୍ ଏନ ପ୍ରମୁଖ ଉପସ୍ଥିତ ଥିଲେ।