Weather Update: ରାଜ୍ୟର ସକ୍ରିୟ ରହିଛି ମୌମୁମୀ । ଯାହା ଫଳରେ ରାଜ୍ୟରେ ବର୍ଷା ଲାଗି (rain) ରହିଛି । ସେପଟେ, ପାଣିପାଗ ବିଭାଗ କହିଛି ଯେ, ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ । ବିଶେଷ କରି ଦକ୍ଷିଣ ଏବଂ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି । ପଢନ୍ତୁ ପୂରା ରିପୋର୍ଟ ।
Trending Photos
Weather Update: ରାଜ୍ୟର ମୌମୁମୀ ସକ୍ରିୟ (Monsoon) ରହିଥିବା ବେଳେ ଗୁଳୁଗୁଳିର ହନ୍ତସନ୍ତ ହେଉଛନ୍ତି ଲୋକେ । ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡୁଛି । ବଙ୍ଗୋପସାଗରରେ ସକ୍ରିୟ ରହିଛି ସୁଦୃଶ୍ୟ ଲଘୁଚାପ । ଯାହାର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି (rain) ରହିଛି । ଓ୍ବେଲ୍ ମାର୍କଡ ଲୋ ପ୍ରେସର (Well-Marked Low Pressure) ଏବେ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ର-ଦକ୍ଷିଣ ଓଡ଼ିଶା ଉପକୂଳରେ କେନ୍ଦ୍ରୀଭୂତ ରହିଛି । ଏହା ଧୀରେ ଧୀରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଲଘୁଚାପ ପ୍ରଭାବରେ ଆହୁରି ୪ ଦିନ ରାଜ୍ୟରେ ବର୍ଷା (Heavy rainfall) ହେବ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର (Imd)। ସେପଟେ, ପାଣିପାଗ ବିଭାଗ କହିଛି ଯେ, ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ । ବିଶେଷ କରି ଦକ୍ଷିଣ ଏବଂ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି ।
ଏ-ଥିପାଇଁ ଆଜି ସକାଳ ଯାଏ ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଆଲର୍ଟ (orange alert)ଜାରି କରାଯାଇଛି। ଏହି ଜିଲ୍ଲାର ତଳି ଅଞ୍ଚଳରେ ପାଣି ଜମିବା ସହ କେତେକ ସ୍ଥାନରେ ଭୂସ୍ଖଳ (Landslide) ହେବାର ଆଶଙ୍କା ରହିଥିବାରୁ ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲା ପ୍ରଶାସନକୁ କୁହାଯାଇଛି । ଲଗାଣ ବର୍ଷା ଯୋଗୁଁ ବାହ୍ୟ ଜଗତରୁ ମାଲକାନଗିରି ଜିଲ୍ଲା ବିଛିନ୍ନ ହୋଇଛି । ବିଭିନ୍ନ ପୋଲ ଉପରେ ପାଣି ପ୍ରବାହିତ ହେଉଥିବାରୁ ଯାତାୟାତ ଠପ୍ ହୋଇଛି । ଫଳରେ ଜନଜୀବନ ବାଧାପ୍ରାପ୍ତ ହୋଇଛି । ଏହା ବ୍ୟତୀତ ନୂଆପଡା, ଗଜପତି, କଳାହାଣ୍ଡି, ରାୟଗଡା, ନବରଙ୍ଗପୁର ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହାର ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି,କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।
ଉପକୂଳ ଓଡ଼ିଶାରେ ମୌସୁମୀ ନିମ୍ନ ଚାପରେଖା ସକ୍ରିୟ ଥିବାରୁ ତୁହାକୁ ତୁହା ବର୍ଷା ଲାଗି ରହିବ। ବର୍ଷା ସମୟରେ ଘଣ୍ଟାପ୍ରତି ୪୫ରୁ ୫୫କିମି ବେଗରେ ପବନ ବହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ଆଜି ସମୁଦ୍ର ଯିବାକୁ ବାରଣ କରାଯାଇଛି । ଜୁନ୍ ପହିଲାରୁ ଆଜି ସୁଦ୍ଧା ଓଡ଼ିଶାରେ ସ୍ବାଭାବିକ ଭାବେ ୪୮୯ ମିମି ବର୍ଷା ହେବା କଥା । ଯେତେବେଳେ କି ଚଳିତବର୍ଷ ୪୨୫.୮ ମିମି ବର୍ଷା ରେକର୍ଡ କରାଯାଇଛି । ୧୩ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରହିଥିବା ବେଳେ ଦୁଇଟି ଜିଲ୍ଲାରେ ଅଧିକ ନିଅଣ୍ଟିଆ ରହିଛି । ୧୫ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।