Weather Update: ଆଜି ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ! ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
Advertisement
Article Detail0/zeeodisha/odisha1786002

Weather Update: ଆଜି ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ! ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

Weather Update: ରାଜ୍ୟରେ ଗତ କିଛି ଦିନ ହେଲାଣୀ ବର୍ଷା ଜାରି (Rain)ରହିଛି। ଏପରିକି ଆଗକୁ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଦକ୍ଷିଣ ଓଡ଼ିଶାରେ ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର(IMD) । ଆଜି ପାଇଁ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

ସୌଜନ୍ୟ- ସୋସିଆଲ ମିଡ଼ିଆ

Weather Update: ରାଜ୍ୟରେ ସକ୍ରିୟ ରହିଛି ମୌମୁମୀ ବାୟୁ(Odisha Monsoon Rain) । ଫଳରେ ରାଜ୍ୟରେ ଗତ କିଛି ଦିନ ହେଲାଣୀ ବର୍ଷା ଜାରି (Rain)ରହିଛି। ଏପରିକି ଆଗକୁ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।  ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପର ରୂପନେବ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ । ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା (heavy rainfall)ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶାରେ ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର(IMD) । ଆଜି ପାଇଁ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆସନ୍ତାକାଲିଠୁ ବଢ଼ିବ ବର୍ଷା । ଫଳରେ ରାଜ୍ୟରେ ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ବର୍ଷା ହୋଇପାରେ ।

 

 

Also Read: Puri News: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ଜାଣନ୍ତୁ କିଭଳି ପ୍ରସ୍ତୁତ ହୁଏ ଶ୍ରୀମୁଖରେ ଲାଗି ହେଉଥିବା ଶୃଙ୍ଗାର?

Also Read: Horoscope Today 19 July 2023: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ବୁଧବାର?

ଆଜି ରାଜ୍ୟର ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର ଓ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାରେ ୨ ଶହ ମିଲିମିଟରରୁ ଅଧିକ ବର୍ଷା ହୋଇପାରେ ।  ଆଜିମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ୮ ଜିଲ୍ଲା ବରଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳରୁ ବର୍ଷା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି ।  କାଲିଠୁ ୨୨ ତାରଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ । ତଳୁଆ ଅଞ୍ଚଳରେ ପାଣି ଜମିବା ସହ ସହରର ଅଞ୍ଚଳରେ ଟ୍ରାଫିକ ଜନିକ ସମସ୍ୟା ଉପୁଜିପାରେ । ଲଘୁଚାପ ଯୋଗୁ ମୌସୁମୀ ଶକ୍ତିଶାଳୀ ହେବା ସହ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ରହିଛି । ଏଥିପାଇଁ କାଲିଠ ୨୨ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି । ଘୂର୍ଣ୍ଣିବଳୟ ଓ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାଜ୍ୟରେ ଭରଣା ହୋଇଛି ନିଅଣ୍ଟିଆ ସ୍ଥିତି ।

ସେପଟେ ରାଜ୍ୟରେ ବର୍ଷା ଜାରି ରହିଥିବାରୁ କେତେକ ସ୍ଥାନରେ କୃତ୍ରିମ ବନ୍ୟାସ୍ଥିତି ସୃଷ୍ଟି ହୋଇଛି। ଲଗାତାର ଲଗାଣ ବର୍ଷା ଯୋଗୁଁ ଗଜପତି ଜିଲ୍ଲା ଗୋସାଣି ବ୍ଲକର କରାଣ୍ତି ପଞ୍ଚାୟତରେ ରାସ୍ତା ଧୋଇ ହୋଇଯାଇଛି।  ଡାଲିମ୍ବପୁର, ଅମରା, ରାଟିଣି ,ଯିବା ମୁଖ୍ୟ ରାସ୍ତାରେ ଗ୍ରାମ୍ୟ ଉନ୍ନୟନ  ବିଭାଗ ପକ୍ଷରୁ  ବ୍ରିଜ୍ ନିର୍ମାଣ କାର୍ଯ୍ୟ ଚାଲିଥିଲା।  ଏହି ତିନି ଗାଁକୁ ଯିବା ପାଇଁ କେରାଣ୍ତି ନାଳ ଉପରେ ଠିକାଦାର ଅସ୍ଥାୟୀ ରାସ୍ତା ନିର୍ମାଣ କରିଥିଲେ।  ହେଲେ ଗତ ତିନି ଦିନ ଧରି ଗଜପତି ଜିଲ୍ଲାରେ ଲାଗିରହିଥିବା ଲଗାଣ ବର୍ଷା ଯୋଗୁଁ ଅସ୍ଥାୟୀ ରାସ୍ତାଟି ଧୋଇ ହୋଇ ଯାଇଛି।