Weather Update: ସତର୍କ କରାଇଲା ପାଣିପାଗ ବିଭାଗ, ଏହି ସବୁ ଜିଲ୍ଲାରେ ଆଜି ପ୍ରବଳ ବର୍ଷିବ! ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ
Weather Update: ରାଜ୍ୟରେ ମୌମୁମୀ ବାୟୁ(Monsoon) ପ୍ରବେଶ କରିଥିବା ବେଳେ ବିଭିନ୍ନ ଜିଲ୍ଲାରେ ବର୍ଷା (rain) ଜାରି ରହିଛି। ଆଜି ରାଜଧାନୀର ବିଭିନ୍ନ ସ୍ଥାନରେ ମଧ୍ୟ ଝିପିଝିପି ବର୍ଷା ସକାଳ ସମୟରୁ ଲାଗି ରହିଛି। ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଭାଗ(IMD)।
Weather Update: ରାଜ୍ୟରେ ମୌମୁମୀ ବାୟୁ(Monsoon) ପ୍ରବେଶ କରିଥିବା ବେଳେ ବିଭିନ୍ନ ଜିଲ୍ଲାରେ ବର୍ଷା (rain) ଜାରି ରହିଛି। ଆଜି ରାଜଧାନୀର ବିଭିନ୍ନ ସ୍ଥାନରେ ମଧ୍ୟ ଝିପିଝିପି ବର୍ଷା ସକାଳ ସମୟରୁ ଲାଗି ରହିଛି। ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଭାଗ(IMD)। ଏହା ସହିତ ୧୬ ଓ ୧୭ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ୧୮ ତାରିଖରେ ରାଜ୍ୟରେ ବର୍ଷା ଆଉ କିଛି ଜିଲ୍ଲାକୁ ଛୁଇଁବ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର (IMD)। ରାଜ୍ୟର ବିଭିନ୍ନ ସ୍ଥାନରେ ଶୁକ୍ରବାର ଦିନ ବର୍ଷା ହୋଇଥିବା ବେଳେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବୋଲଶ୍ୱର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି ।
Also Read: Train Fire: ବାଲେଶ୍ୱରରେ ପୁଣି ଟ୍ରେନ ଅଘଟଣ, ପାସେଞ୍ଜର ଟ୍ରେନରେ ଲାଗିଲା ନିଆଁ, ମୃତ୍ୟୁ ମୁଖରୁ...
ଆଜି ପାଇଁ ୧୪ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଂଜ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ଦେବଗଡ଼, ସୁନ୍ଦରଗଡ଼, ବୌଦ୍ଧ, ସମ୍ବଲପୁର ଏବଂ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏପରିକି ୭ରୁ ୧୧ ସେଣ୍ଟି ମିଟର ପର୍ଯ୍ୟନ୍ତ ବର୍ଷା ମଧ୍ୟ ହୋଇପାରେ। ସେହିପରି ଆସନ୍ତାକାଲି ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ଅଧିକ ଘନୀଭୂତ ହୋଇ ଅବପାତ କିମ୍ବା ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆଗାମୀ ତିନି ଦିନ ଯାଏ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ହେବ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର । ଫଳରେ ରବିବାର ଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଆସନ୍ତାକାଲି(ରବିବାର) ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ଅନୁଗୁଳ, ବୌଦ୍ଧ ଓ ସମ୍ବଲପୁର ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
୧୭ ତାରିଖରେ ମଧ୍ୟ ଏହି ସବୁ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ୧୮ ତାରିଖ ଦିନ, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, କଟକ ଓ ଢେଙ୍କାନାଳର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିଭଳି ସେହିଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର,ମୟୂରଭଞ୍ଜ, ଅନୁଗୁଳ, ସମ୍ବଲପୁର,ବରଗଡ଼,ବୌଦ୍ଧ,କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକାଂଶରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଦେବଗଡ଼ ଜିଲ୍ଲାରେ ସର୍ବାଧିକ ଓ କଳାହାଣ୍ଡି ଜିଲ୍ଲାରେ ସବୁଠୁ କମ୍ ବର୍ଷା ହୋଇଛି । ୧୬ ଜିଲ୍ଲାରେ ନିଅଣ୍ଟିଆ ଓ ବାକି ୧୨ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି ।