Weather Report: ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ୧୩ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା

Weather Report: ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ୧୩ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା । ରାଜ୍ୟରେ ଏବେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଏକ ଉପର ବାୟୁମଣ୍ଡଳସ୍ତରୀୟ ଘୂର୍ଣ୍ଣିବଳୟ ବି ରହିଛି। ପୂର୍ବାହ୍ନରେ ଖରା ଓ ଅପରାହ୍ଣ ଆଡ଼କୁ ମେଘୁଆ ପାଗ ସହ ବର୍ଷା ହେଉଛି। ମୌସୁମୀଜନିତ ନିମ୍ନ ଚାପରେଖା ଯୋଧପୁର, ଦେଓମାଳି ଦେଇ ପୂର୍ବ ଆଡ଼କୁ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ବିଛି। ଏଥିସହ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

Recommended Videos