Weather Report: ଆସନ୍ତା ୩ ଦିନ ପର୍ଯ୍ୟନ୍ତ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା, ଜାଣନ୍ତୁ ପାଣିପାଗ ଖବର
ପ୍ରିୟମ୍ବଦା ରଣା Thu, 12 Sep 2024-7:18 pm,
Weather Update: ରାଜ୍ୟରେ ଜାରି ରହିଛି ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ଲାଗି ରହିଛି। ପାଣିପାଗ ବିଭାଗର ତାଜା ସୂଚନା ଅନୁସାରେ, ଆସନ୍ତା ୩ ଦିନ ପର୍ଯ୍ୟନ୍ତ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ । ଏବଂ ଆସନ୍ତାକାଲି ଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ଉତ୍ତର ଛତିଶଗଡରେ ସକ୍ରିୟ ରହିଛି ଅବପାତ। ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ।