Weather Update: ବର୍ଷା ପରେ ପୁଣି ତାତିବ ଓଡ଼ିଶା, ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା
Fri, 15 Mar 2024-6:00 pm,
ତାତିରେ ଆଉଟୁପାଉଟୁ ସାରା ରାଜ୍ୟ। ଉପକୂଳରୁ ଆଭ୍ୟନ୍ତରୀଣ ସବୁଠି ଉପରମୁହାଁ ପାରଦ। ଆଗାମୀ ଦିନରେ ତାପମାତ୍ରାରେ ଆହୁରି ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମେଘମୁକ୍ତ ଆକାଶ ସହ ବାୟୁମଣ୍ଡଳରେ ଶୁଷ୍କତା ବୃଦ୍ଧି ପାଇଁ ତାତି ବଢିବ । ଆଗକୁ ସ୍ୱାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ । ରାଜ୍ୟର କିଛି ସ୍ଥାନରେ ୩୭ ରୁ ୪୦ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଛୁଇଁପାରେ ।