Weather Report: ପୁଣି ଲଘୁଚାପ; ୧୮ରୁ ୨୦ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା
Rashmita Sahoo Tue, 15 Oct 2024-7:39 pm,
Weather Update: ରାଜ୍ୟରେ ଏବେ ଜାରି ରହିଛି ଗରମ ଓ ଗୁଳୁଗୁଳି। ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପଶ୍ଚିମ ଓ ଦକ୍ଷିଣ ପୂର୍ବ ଦିଗରେ ଗତି କରିବ। ଆଜି ସୁଧା ଏହା ସ୍ପଷ୍ଟ ଚିହ୍ନିତ ଲଘୁଚାପ (ଓ୍ବେଲ୍- ମାର୍କଡ୍) ରେ ପରିଣତ ହେବ। ସେହିଭଳି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। କିନ୍ତୁ ଓଡିଶାରେ ଏହାର ପ୍ରଭାବ ରହିବନି। ୧୮ରୁ ୨୦ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।