Weather Report: କମିଛି ରାତି ତାପମାତ୍ରା, ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରି ବଢ଼ିବ
Feb 17, 2024, 15:26 PM IST
ଆସନ୍ତା ୩ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ବୃଦ୍ଧି ପାଇବ। ଆସନ୍ତା ଦୁଇ ଦିନ କୋରାପୁଟ, କନ୍ଧମାଳ, ରାୟଗଡ଼ା, କଟକ, ଢେଙ୍କାନାଳ, ଅନୁଗୁଳ ସମେତ ଦକ୍ଷିଣ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମଧରଣର କୁହୁଡ଼ି ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ନୟାଗଡ଼ରେ ଅତି ଘନ କୁହୁଡ଼ି ହେବାରୁ ଦୃଶ୍ୟମାନ ଦୂରତା ୫୦ ମିଟରରୁ କମ୍ ରହିଥିଲା।