Weather Report: କଲବଲ କରୁଛି କୋହଲା ପାଗ, ୧୨ ଜିଲ୍ଲାକୁ ଘନ କୁହୁଡ଼ି ସତର୍କତା

Mon, 22 Jan 2024-3:39 pm,

ଗୁରୁଚାପ ବଳୟ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି କୋହଲା ପାଗ। ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ହଲୁକା ବର୍ଷା ହୋଇଛି । ପୁରୀ, ସମ୍ବଲପୁର, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ବରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଛି । ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପାଗ ମେଘୁଆ ରହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link