Odisha Weather: ବର୍ଷାରେ ଲାଗିବନି ବ୍ରେକ୍, ଆଗାମୀ ୩ ଦିନ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା

Jul 22, 2024, 16:26 PM IST

ବର୍ଷାରେ ଲାଗିବନି ବ୍ରେକ୍। ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ। ୨୫/୨୬ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ହେବ ଘନୀଭୂତ । ପ୍ରଭାବରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା । ଗତକାଲି ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ଚିଲିକା ନିକଟରେ ସ୍ଥଳଭାଗ ଅତିକ୍ରମ କରିବା ପରେ ଦୁର୍ବଳ ହୋଇ ଏକ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବ । ଲଘୁଚାପ ଛତିଶଗଡ ମୁହାଁ ହୋଇଥିବା ବେଳେ ଉପକୂଳ ଓଡ଼ିଶାରେ ବର୍ଷା କମିଛି । ତେବେ ସକ୍ରିୟ ମୌସୁମୀ ନିମ୍ନଚାପରେଖା ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link