Odisha Weather Today: ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ୮ ଜିଲ୍ଲାରେ ପ୍ରବଳ ବର୍ଷା

Rashmita Sahoo Tue, 24 Sep 2024-7:13 pm,

ଆସୁଛି ଆଉ ଏକ ବଡ଼ ବର୍ଷା । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି ୨ ଟି ଘୂର୍ଣ୍ଣିବଳୟ। ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେବ। ପ୍ରଭାବରେ ଆଗାମୀ କିଛି ଦିନ ଯାଏଁ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ ଘଡି ହେବାର ସମ୍ଭାବନା ଥିବା କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଫଳରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏନେଇ କିଛି ଜିଲ୍ଲାକୁ ଆଜି ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ଏହିସବୁ ଜିଲ୍ଲା ଗୁଡିକ ହେଲା, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି , ନବରଙ୍ଗପୁର, ଗଞ୍ଜାମ, ଗଜପତି ଓ କନ୍ଧମାଳ। ବିଶେଷକରି ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଭାରି ବର୍ଷା ହେବାର ସମ୍ଭାବନା ରହିଛି। ଏବଂ ୨୬ ତାରିଖ ପରେ ପୁଣି ପାଗରେ ପରିବର୍ତ୍ତନ ଆସିବ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link