Weather Report: ଆହୁରି ୨୪ ଘଣ୍ଟା ସାରା ରାଜ୍ୟରେ ବର୍ଷା, ୨୭ ରୁ ବଢିବ ଥଣ୍ଡା

Rashmita Sahoo Dec 25, 2024, 14:26 PM IST

Odisha Weather Report: ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ନବରଙ୍ଗପୁର, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, କଟକ, ଗଂଜାମ, ଗଜପତି, ରାୟଗଡ଼ା ଓ କେନ୍ଦ୍ରାପଡ଼ାରେ ମଧ୍ୟମ ବର୍ଷା ସମ୍ଭାବନା ରହିଛି। ଅନ୍ୟ ସମସ୍ତ ଜିଲ୍ଲାରେ ସ୍ବଳ୍ପ ବର୍ଷା ହେବାର ଆଶଙ୍କା କରାଯାଉଛି। ଆସନ୍ତା ୨୬ ତାରିଖରେ ଦକ୍ଷିଣ ଓଡ଼ିଶାର ଗଂଜାମ, ଗଜପତି , କୋରାପୁଟ, ମାଲକାନିଗରି, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ସ୍ବଳ୍ପ ବର୍ଷା। ଆଜି ଝାରସୁଗୁଡ଼ା ଓ ସୁନ୍ଦରଗଡ଼କୁ ଛାଡ଼ି ଅନ୍ୟ ସମସ୍ତ ଜିଲ୍ଲାରେ ବର୍ଷା ଅଛି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link