Odisha Weather: ଆନ୍ଧ୍ର ପ୍ରଦେଶ ଉପକୂଳ ମୁହାଁ ହେଉଥିବା ସମ୍ଭାବ୍ୟ ବାତ୍ୟାର ବିଶେଷ ପ୍ରଭାବ ପଡ଼ିବନି। ଅକ୍ଟୋବର ୨୭ରୁ ୨୯ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷକରି ୨୭ରୁ ୨୯ ମଧ୍ୟରେ ମାଲକାନଗିରି ଓ କୋରାପୁଟରେ ଅତି ଭାରି ବର୍ଷା ଓ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଶେଷଜ୍ଞ ବିଶ୍ୱଜିତ ସାହୁ ସୂଚନା ଦେଇଛନ୍ତି। ୨୬ ତାରିଖ ଆଡ଼କୁ ଏହା ଆହୁରି ଶକ୍ତି ଗୋଟାଇବ ଏବଂ ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବ। ସୋମବାର (୨୭ ତାରିଖ) ସକାଳ ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇସାରିଥିବ ଏବଂ ଦକ୍ଷିଣ-ପଶ୍ଚିମ ତଥା ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ