Weather Report: ରାଜ୍ୟରେ ଘନ କୁହୁଡ଼ି କରୁଛି ଅସ୍ତବ୍ୟସ୍ତ, ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା
Weather Report: ଆଜି ବି ଘନ କୁହୁଡି ପକାଇଲା ପ୍ରଭାବ । ଭୋରରୁ ଯାତାୟତ ବାଧାପ୍ରାପ୍ତ । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ କୁହୁଡିର ପ୍ରଭାବ ଦେଖିବାକୁ ମିଳିଥିଲା। ଘନ କୁହୁଡି ନେଇ ଆଜି କେନ୍ଦ୍ରାପଡା, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିଲା । ଏହି ସବୁ ଜିଲ୍ଲାରେ ଭିଜିବିଲିଟି ୫୦ ମିଟରରୁ କମ୍ ରହିପାରେ ବୋଲି କୁହାଯାଇଥିଲା। କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ହେବାର ସମ୍ଭାବନା ରହିଥିଲା । ଘନ କୁହୁଡି ସମୟରେ ସଂପୃକ୍ତ ଜିଲ୍ଲାର ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚଳାଚଳ ବନ୍ଦ ରଖିବା ପାଇଁ ପରାମର୍ଶ ଦିଆଯାଇଥିଲା ।