Weather Reports: ଫେବୃଆରୀ ମାସରେ ପୁଣି ହେବ ବର୍ଷା ! ପୁଣି ଫେରିବ କି ହାଡ଼ଭଙ୍ଗା ଶୀତ

Sun, 28 Jan 2024-5:39 pm,

ରାଜ୍ୟରେ ଜାରି ରହିଛି ଶୀତ ଲହରି । ଅଧିକାଂଶ ସ୍ଥାନରେ ୧୫ ଡିଗ୍ରୀ ତଳେ ପାରଦ ରହିଛି । ଦୁଇ ଦିନ ପରେ ରାତି ପାରଦ ଆହୁରି ୨ରୁ ୩ ଡିଗ୍ରୀ ବଢିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏପଟେ ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ କିଛି ସ୍ଥାନରେ ଘନ କୁହୁଡ଼ି ଦେଖାଦେଇଛି । ଫଳରେ ଯାନବାହନ ଚଳାଚଳରେ ବାଧା ସୃଷ୍ଟି ହୋଇଛି । ଗତକାଲି ରାଜ୍ୟର ବହୁ ସ୍ଥାନରେ ଶୀତ ଲହରୀ ଅନୁଭୂତ ହୋଇଛି । ଆସନ୍ତା ୧, ୨ ଆଡ଼କୁ ରାଜ୍ୟରେ ପୁଣି ବର୍ଷା ହୋଇପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧ ରେ ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଆଦି ସ୍ଥାନରେ ବର୍ଷା ହୋଇପାରେ । ସେହିପରି ଆସନ୍ତା ୨ କୁ ଭଦ୍ରକ, ମୟୂରଭଞ୍ଜର ଅଳ୍ପ କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link