Weather Report: ଲଘୁଚାପର ରୂପନେଲା ଘୂର୍ଣ୍ଣିବଳୟ, ଅଗଷ୍ଟ ୩୧ ଯାଏଁ ରାଜ୍ୟରେ ବିକ୍ଷିପ୍ତ ବର୍ଷା

Rashmita Sahoo Thu, 29 Aug 2024-4:52 pm,

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆଜି ନେବ ଲଘୁଚାପର ରୂପ । ଆଗାମୀ ୨ ଦିନରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ମୁହାଇଁ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଗତି କରିବ । ଏହାର ପ୍ରଭାବରେ ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link